୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଦକ୍ଷିଣ ରାଉରକେଲା ଟାଙ୍ଗରପାଲୀ ଥାନା ସୋନାପର୍ବତ ଗଞ୍ଜୁଟୋଲା ଅଞ୍ଚଳର ଶୁକ୍ରମଣି ସମାସୀ(୬୯)। ଅନ୍ୟ ଜଣେ ହେଲେ କୋଇଡ଼ା ଫରେଷ୍ଟ ରେଞ୍ଜ କାଲଟା ଗ୍ରାମପଞ୍ଚାୟତ ଝିରୀପାଣି ନିକଟ ଦୋଲୋଡିହାର ସାମୁଏଲ ଆଇନ୍ଦି (୫୫)।

ଶୁକ୍ରମଣି ଭୋର ୫ଟାରେ ନିକଟସ୍ଥ ଜଙ୍ଗଲକୁ ମହୁଲ ଫଳ ଗୋଟାଇବା ପାଇଁ ଯାଇଥିଲେ। ସେହି ସମୟରେ ଶାବକ ସହ ଦୁଇଟି ମାଈ ହାତୀ ମହୁଲ ଖାଇବାକୁ ଉକ୍ତ ସ୍ଥାନରେ ପହଞ୍ଚି ଥିଲେ। ହାତୀ ହାବୁଡ଼ରେ ଶୁକ୍ରମଣି ପଡିବାରୁ ତାଙ୍କୁ ଶୁଣ୍ଢରେ ଟେକି କଚାଡି ଦେଇ ପାଦରେ ଦଳି ଦେଇଥିଲା। ଶୁକ୍ରମଣିଙ୍କ ଚିତ୍କାର ଶୁଣି ଆଖପାଖରେ ଥିବା ଲୋକେ ଘଟଣାସ୍ଥଳରେ ପହଞ୍ଚି ଥିଲେ। ହାତୀକୁ ଘଉଡାଇ ବନବିଭାଗ ଓ ପୋଲିସକୁ ସୂଚନା ଦେଇଥିଲେ।

ପୋଲିସ ଓ ବନବିଭାଗ କର୍ମଚାରୀ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ବିକ୍ଷୋଭ କରିଥିଲେ। ବନବିଭାଗ ପକ୍ଷରୁ କ୍ଷତିପୂରଣ ମିଳିବାର ପ୍ରତିଶ୍ରୁତି ପରେ ଲୋକେ ଶାନ୍ତ ହୋଇଥିଲେ। ରାଉରକେଲା ଡିଏଫଓ ଯଶୋବନ୍ତ ସେଠୀ କହିଛନ୍ତି ହାତୀ ଆକ୍ରମଣରେ ମୃତ୍ୟୁକ୍ଷେତ୍ରରେ ୬ଲକ୍ଷ ଟଙ୍କା କ୍ଷତିପୂରଣ ମିଳିଥାଏ। ଶୁକ୍ରମଣିଙ୍କ ପରିବାର ଲୋକଙ୍କୁ ଏହି ରାଶି ପ୍ରଦାନ କରାଯିବ ବୋଲି ସେଠୀ ସୂଚନା ଦେଇଛନ୍ତି। ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୯/୨୦୨୪) ରୁଜୁ କରିଛି। ଥାନାରେ ମୃତା ମହିଳାଙ୍କ ଝିଆରୀ ଚାନ୍ଦ ସମାସୀ ଏତଲା ଦେଇଛନ୍ତି।

ସେହିପରି ସାମୁଏଲ ସକାଳ ୬ଟାରେ ନିକଟସ୍ଥ ଜଙ୍ଗଲ ପାଖରେ ଥିବା ନାଳକୁ ଶୌଚ ହେବାକୁ ଯାଇଥିଲେ। ସେଠାରେ ଥିବା ଦନ୍ତା ହାତୀ ହାବୁଡ଼ରେ ପଡିଯାଇଥିଲେ। ସାମୁଏଲଙ୍କୁ ହାତୀ ଶୁଣ୍ଡରେ ଟେକି ନେଇ ପାଦରେ ଦଳି ଚକଟି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ କୋଇଡା ବନ କର୍ମଚାରୀ ଓ କୋଇଡା ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କୋଇଡା ପଠାଇଛନ୍ତି। କ୍ଷତିପୂରଣ ବାବଦରେ ପରିବାରକୁ ତୁରନ୍ତ ୬୦ହଜାର ଟଙ୍କା ପରେ ସମସ୍ତ ଡକ୍ୟୁମେଣ୍ଟ ପ୍ରଦାନ କଲେ ୫ଲକ୍ଷ ୪୦ ହଜାର ମିଳିବ ବୋଲି କୋଇଡା ରେଞ୍ଜର ଗୌତମ ପ୍ରଧାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri