ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିଲେ: ବଜ୍ରପାତରେ ଚାଲିଗଲା ଦାଦା, ପୁତୁରାଙ୍କ ଜୀବନ

ବିରିଡ଼ି,୧୮ା୧୦(ଡି.ଏନ.ଏ.): ଶୁଦ୍ଧିକ୍ରିୟା ପାଇଁ ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ବଜ୍ରପାତ ଘଟି ସମ୍ପର୍କୀୟ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟିଛି। ଜଗତ୍‌ସିଂହପୁର ଜିଲା ବିରିଡ଼ି ବ୍ଲକ ଅନ୍ତର୍ଗତ ୨୨ ମୌଜା ବାରଡ଼ିଆ ଗ୍ରାମରେ ରବିବାର ଅପରାହ୍ନରେ ଏହି ଘଟଣା ଘଟିଛି। ମୃତକ ହେଲେ ଦାଦା ବିଷ୍ଣୁଚରଣ ବାହାଲିଆ(୫୭) ଓ ପୁତୁରା ପ୍ରମୋଦ କୁମାର ବାହାଲିଆ(୪୫)। ଉଭୟ ଦାଦା, ପୁତୁରା ଅପରାହ୍ନ ୨ଟାରେ ଗ୍ରାମରେ ମୃତ୍ୟୁବରଣ କରିଥିବା ମୂଷି ବାହାଲିଆଙ୍କ ପାଇଁ ଶୁଦ୍ଧି ହେବାକୁ ଯାଇ ଦେବୀନଦୀରେ ଗାଧୋଉଥିଲେ। ଏହି ସମୟରେ ବଜ୍ରପାତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ସୌଭାଗ୍ୟବଶତଃ ଗ୍ରାମର ଅନ୍ୟମାନେ ବଜ୍ରପାତରୁ ବର୍ତ୍ତି ଯାଇଛନ୍ତି। ଖବରପାଇ ବିରିଡ଼ି ତହସିଲଦାର ସାଗରିକା ପ୍ରିୟଦର୍ଶିନୀ ଓ ଥାନା ଅଧିକାରୀ ଦିଲୀପ କୁମାର ସାହୁ ପହଞ୍ଚତ୍ଥିଲେ। ତହସିଲଦାରଙ୍କ ଉପସ୍ଥିତିରେ ପୋଲିସ ୨ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଜଗତ୍‌ସିଂହପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏନେଇ ଥାନାରେ (ନଂ.୬/୨୦)ରେ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri