Categories: ଜାତୀୟ

କାରଖାନାରେ ବିସ୍ଫୋରଣ ପରେ ଅଗ୍ନିକାଣ୍ଡ: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

ନାସିକ୍‌,୧।୧: ମହାରାଷ୍ଟ୍ରର ନାସିକ୍‌ ଜିଲା ମୁଣ୍ଡେଗାଁରେ ରବିବାର ଏକ ରାସାୟନିକ କମ୍ପାନୀରେ ବଡ଼ଧରଣର ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଜଣେ ମହିଳାଙ୍କ ସହ ଅନ୍ୟ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ପ୍ଲାଣ୍ଟର ଏକ ବଏଲରରେ ହଠାତ୍‌ ବିସ୍ଫୋରଣ ଘଟିଥିଲା। ପରେ ପ୍ଲାଣ୍ଟରେ ନିଆଁ ଲାଗି ବ୍ୟାପିବାରେ ଲାଗିଥିଲା। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ହେଲେ ବିସ୍ଫୋରଣର କାରଣ ଜଣାପଡ଼ିନାହିଁ। ଅନ୍ୟପକ୍ଷେ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ଚାଲିଛି।

Share