Posted inଜାତୀୟ

ମୋଦିଙ୍କ ସ୍ବାଗତ ପାଇଁ ସମସ୍ତେ ଠିଆ ହୋଇଥିବା ବେଳେ ବସି ରହିଥିଲେ ୨ କିଙ୍ଗ ମେକର!

ନୂଆଦିଲ୍ଲୀ,୭।୬: ଲୋକ ସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ଶୁକ୍ରବାର ସଂସଦୀୟ ଦଳର ବୈଠକ ଅନୁଷ୍ଠିତ ହୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନଡିଏ ସଂସଦୀୟ ଦଳର ନେତା ଭାବରେ ମନୋନୀତ କରାଯାଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ସଭାରେ ଭାଗପା ଏବଂ ସହଯୋଗୀ ଦଳର ସମସ୍ତ ଏମପି ଏବଂ ବଡ ନେତା ଉପସ୍ଥିତ ଥିଲେ। ବୈଠକରେ ପ୍ରବେଶ କରିବା ମାତ୍ରେ ମୋଦିଙ୍କୁ ସ୍ବାଗତ କରାଯାଇଥିଲା। ତା’ପରେ ସେ ମଞ୍ଚରେ ପହଞ୍ଚିବା ପରେ ଟିଡିପି ନେତା ଚନ୍ଦ୍ରାବାବୁ ନାଇଡୁ ଏବଂ ଜେଡିୟୁ ନେତା ନୀତୀଶ କୁମାର ମଧ୍ୟ ମଞ୍ଚରେ ପହଞ୍ଚିଥିଲେ।

ଏହି ବୈଠକ ଆରମ୍ଭରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସ୍ବାଗତ କରିଥିଲେ। ସେ ନିଜେ ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ପୁଷ୍ପଗୁଚ୍ଛ ଦେଇଥିଲେ ଏବଂ ପରେ ସଭାରେ ଉପସ୍ଥିତ ଥିବା ସମସ୍ତ ନେତା ଠିଆ ହୋଇ ମୋଦି-ମୋଦି ସ୍ଲୋଗାନ ଦେବା ଆରମ୍ଭ କରିଥିଲେ। କିନ୍ତୁ, ଏହି ସମୟ ମଧ୍ୟରେ ମଞ୍ଚରେ ବସିଥିବା ଚନ୍ଦ୍ରାବାବୁ ନାଇଡୁ ଏବଂ ନୀତୀଶ କୁମାର ନିଜ ଚେୟାରରେ ବସି ଏହି ଦୃଶ୍ୟକୁ ଦେଖୁଥିଲେ।
ଏହି ବୈଠକରେ ନାଡାଙ୍କୁ ସ୍ବାଗତ କରିବା ପରେ ବରିଷ୍ଠ ନେତା ରାଜନାଥ ସିଂ ପୁଣି ଥରେ ମୋଦିଙ୍କୁ ସଂସଦୀୟ ଦଳର ନେତା ଭାବରେ ଚୟନ କରିବାକୁ ପ୍ରସ୍ତାବ ଦେଇଥିଲେ। ତାଙ୍କ ପରେ ଅମିତ ଶାହା ଏବଂ ନିତିନ ଗଡକରୀ ମଞ୍ଚକୁ ଆସିଥିଲେ ଏବଂ ସେମାନେ ରାଜନାଥଙ୍କ ପ୍ରସ୍ତାବକୁ ମଧ୍ୟ ସମର୍ଥନ କରିଥିଲେ। ସଂସଦୀୟ ଦଳର ନେତା ଭାବରେ ମୋଦିଙ୍କୁ ଚୟନ କରିବାର ଏହି ପ୍ରସ୍ତାବକୁ ଅନ୍ୟ ଏନଡିଏ ସହଯୋଗୀ ଦଳର ନେତାମାନେ ମଧ୍ୟ ସ୍ବାଗତ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri