୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୭ ଆହତ, ୩ ଗୁରୁତର

ଭଦ୍ରକ,୨୯।୮(ସନାତନ ରାଉତ): ଭଦ୍ରକ ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ ଅନ୍ୟ ଏକ କିନ୍ନର ଗୋଷ୍ଠୀର ୭ ଜଣ କିନ୍ନର ଆହତ ହୋଇଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି l ସମସ୍ତ ଆହତ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।

ତେବେ କିଛି ବର୍ଷ ହେବ ଭଦ୍ରକ ଚରମ୍ପା ଅଞ୍ଚଳରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ତିକ୍ତତା ଲାଗି ରହିଛି l ଶୁକ୍ରବାର ବିଳମ୍ବିତ ରାତିରେ ଏହି ରେଳ ଓଭର ବ୍ରିଜ ନିକଟରେ ଗୋଟିଏ କିନ୍ନର ଗୋଷ୍ଠୀର ସଦସ୍ୟ ମାନେ ଅନୈତିକ କାର୍ଯ୍ୟରେ ଲିପ୍ତ ଥିବା ବେଳେ ଅନ୍ୟ ଏକ କିନ୍ନର ଗୋଷ୍ଠୀର ସଦସ୍ୟ ମାନେ ସେହି ରାସ୍ତାରେ ଯାଉଥିଲେ। ସେମାନଙ୍କୁ ଦେଖି ଅନୈତିକ କାର୍ଯ୍ୟରେ ଲିପ୍ତଥିବା କିନ୍ନର ଗୋଷ୍ଠୀ ବିଭିନ୍ନ ମରଣାସ୍ତ୍ରରେ ଆକ୍ରମଣ କରିଥିବା ନେଇ ଗୋଟିଏ କିନ୍ନର ଗୋଷ୍ଠୀ ଅଭିଯୋଗ କରିଛି l ପୂର୍ବରୁ କିନ୍ନର ମାନଙ୍କ ଅନୈତିକ କାର୍ଯ୍ୟକୁ ନେଇ ଗୋଟିଏ ଗୋଷ୍ଠୀ ବିରୋଧ କରି ଆସୁଥିଲେ l ଗ୍ରାମାଞ୍ଚଳ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି କିନ୍ନରମାନଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି l ତେବେ କିନ୍ନରମାନଙ୍କ ଭିତରେ ଗୋଷ୍ଠୀ ବିବାଦକୁ ନେଇ ପୂର୍ବରୁ ଭଦ୍ରକ ଏସପିଙ୍କ ପାଖରେ ଅଭିଯୋଗ ହୋଇଛି l ପୂର୍ବରୁ ମଧ୍ୟ ଏକାଧିକଥର ଉଭୟ ଗୋଷ୍ଠୀ ମଧ୍ୟରେ ଆକ୍ରମଣ ପ୍ରତି ଆକ୍ରମଣ ହୋଇଛି l ତେବେ ଏହି ଆକ୍ରମଣ ଘଟଣାରେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ସେମାନଙ୍କୁ ନ୍ୟାୟ ଦିଆଯାଉ ବୋଲି ସୌମ୍ୟା ଓ ଶ୍ରାବଣୀ କିନ୍ନର ଦାବି କରିଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri