ଜନନୀ ଯନ୍ତ୍ରଣା: ୨ କି.ମି. ଖଟିଆରେ ବୁହାହେଲେ ଗର୍ଭବତୀ

ପାରଳାଖେମୁଣ୍ଡି:୨୬।୯: ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣାର ଚିତ୍ର । ରାସ୍ତା ଭଲ ନ ଥିବାରୁ ୨ କି.ମି .ପାହାଡ଼ିଆ ରାସ୍ତାରେ ଖଟିଆରେ ବୁହାହୋଇ ଆସିଲେ ଗର୍ଭବତୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ବୁଲଡାପଙ୍ଖା ଗାଁରେ। ଗାଁର ଜୟନ୍ତୀ ମଳିକଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ସ୍ବାମୀ ଦେବ ମଳିକ ୧୦୨ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ହେଲେ ରାସ୍ତା ଭଲ ନ ଥିବାରୁ ଆମ୍ବୁଲାନ୍ସଟି ଗାଁ ଯାଏଁ ଆସି ନ ଥିଲା। ଏପରିକି ଆମ୍ବୁଲାନ୍ସଟି ଗାଁଠାରୁ ୨ କି.ମି. ଦୂର ଖଜୁରିପଦାଠାରେ ଅଟକି ରହିଥିଲା। ଶେଷରେ ଗ୍ରାମବାସୀଙ୍କ ସହାୟତାରେ ପରିବାର ଲୋକେ ଜୟନ୍ତୀଙ୍କୁ ୨ କି.ମି. ପର୍ଯ୍ୟନ୍ତ ଖଟିଆରେ ବୋହି ଖଜୁରିପଦା ପର୍ଯ୍ୟନ୍ତ ଆଣିଥିଲେ। ସେଠାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri