୧୪ ବଗି ଛାଡ଼ି ୨ କି.ମି. ଗଡ଼ିଲା ଇଞ୍ଜିନ

ରୂପ୍‌ସା, ୧୨।୬(ବାଞ୍ଛାନିଧି ଦେ):ଦକ୍ଷିଣ ପୂର୍ବ ରେଳପଥ ଖଡ଼ଗପୁର ଡିଭିଜନର ବାଲେଶ୍ୱର ଜିଲା ଅଧୀନ ଅମର୍ଦ୍ଦାରୋଡ ଷ୍ଟେଶନ ନିକଟରେ ମଙ୍ଗଳବାର ଏକ ମାଲବାହୀ ଟ୍ରେନର ଭ୍ୟାକୁମ ପାଇପ୍‌ ଅଚଳ ହେବାରୁ ୧୪ଟି ବଗି ଛାଡି ଇଞ୍ଜିନ ୨ କି.ମି. ଗଡ଼ିଯାଇଥିଲା। ଇଞ୍ଜିନ ସହ ଅନ୍ୟ ୧୬ଟି ବଗି ଲାଗି ରହିଥିଲା। ବିଶେଷଜ୍ଞ ଟିମ୍‌ ତଦାରଖ କରିବା ସହ ପାଖାପାଖି ୧ଘଣ୍ଟାର ବିଳମ୍ବ ପରେ ତ୍ରୁଟି ସଜଡ଼ାଯାଇ ଯାତାୟାତ ସ୍ବାଭାବିକ ହୋଇଥିଲା।
ମଙ୍ଗଳବାର ଅପରାହ୍ନରେ ସାନ୍ତରାଗାଛିରୁ ଭଦ୍ରକ ଅଭିମୁଖେ ଯାଉଥିବା ମାଲବାହୀ ଟ୍ରେନ ଅମର୍ଦ୍ଦାରୋଡ ରେଳଷ୍ଟେଶନ ଅତିକ୍ରମ ପରେ ଟ୍ରେନର ଭ୍ୟାକୁମ ପାଇପ୍‌ ଅଚଳ ହୋଇଯାଇଥିଲା। ଫଳରେ ଇଞ୍ଜିନଠାରୁ ବଗିଗୁଡିକ ଅଲଗା ହୋଇଯାଇଥିଲା। ଅମର୍ଦ୍ଦାରୋଡ ଗେଟ ଉପରେ ୧୪ଟି ବଗି ରହିଯାଇଥିଲା। ଖବରପାଇ ଷ୍ଟେଶନ ମ୍ୟାନେଜର ବିଭାଗୀୟ ଅଧିକାରୀଙ୍କୁ ସଙ୍ଗେ ସଙ୍ଗେ ଜଣାଇଥିଲେ। କିଛି ସମୟ ମଧ୍ୟରେ ରେଳ ବିଭାଗର ଏକ ବିଶେଷଜ୍ଞ ଟିମ୍‌ ପହଞ୍ଚତ୍ ଘଟଣାର ତଦାରଖ କରିଥିଲେ। ସଙ୍ଗେ ସଙ୍ଗେ ତ୍ରୁଟି ସଜଡ଼ାଯାଇ ଟ୍ରେନର ବଗିଗୁଡ଼ିକ ସହ ଇଞ୍ଜିନର ସଂଯୋଗ କରାଯାଇ ଗନ୍ତବ୍ୟସ୍ଥଳକୁ ପଠାଯାଇଥିଲା। ପ୍ରବଳ ଗରମ ଯୋଗୁ ଅମର୍ଦ୍ଦାରୋଡ ରେଳ ଫାଟକ ପାରି ହେବାକୁ ଶହ ଶହ ଲୋକ ଛଟପଟ ହେଉଥିବା ବେଳେ ପାଖାପାଖି ୧ ଘଣ୍ଟାରୁ ଊଦ୍ଧର୍‌ବ ସମୟ ବିଳମ୍ବରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri