ଷ୍ଟ୍ରେଚରରେ ୨ କି.ମି. ବୁହାହେଲେ ରୋଗୀ

ସାଲେପୁର,୫।୭(ଅରବିନ୍ଦ ଭୂୟାଁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗାଁ ରାସ୍ତାଗୁଡିକୁ ପକ୍କା କରିବା ଉପରେ ଗୁରୁତ୍ୱାରୋପ କରୁଥିବାବେଳେ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ଲୋକପ୍ରତିନିଧିଙ୍କ ଅବହେଳା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କଟକ ଜିଲା ସାଲେପୁର ବ୍ଲକ ଅଞ୍ଚଳରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି। ବର୍ଷା ପରେ ରାସ୍ତା କାଦୁଅ ହୋଇଥିବାରୁ ଗୁରୁବାର ଗାଁକୁ ଆମ୍ବୁଲାନ୍ସ ଆସିପାରିନାହିଁ। ଶେଷରେ ର୍ରେଚରରେ ଜଣେ ରୋଗୀଙ୍କୁ ୨ କିଲୋମିଟରରୁ ଊର୍ଦ୍ଧ୍ୱ ବାଟ ବୋହିଛନ୍ତି। ସାଲେପୁର ବ୍ଲକ ରାମେଶ୍ୱର ପଞ୍ଚାୟତ ଅନ୍ତର୍ଗତ ରେବା ଗାଁର ବିମ୍ବାଧର କାଣ୍ତି (୪୦) ରୋଗରେ ପଡ଼ି ଗୁରୁବାର ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ଡାକ୍ତରଖାନାକୁ ନେବାପାଇଁ ୧୦୮ ଆମ୍ବୁଲାନ୍ସ ଡକାଯାଇଥିଲା। ମାତ୍ର ଗାଁ ରାସ୍ତାଟି ପାଣି କାଦୁଅରେ ଭରି ରହିଥିବାରୁ ସେଠାକୁ ଆମ୍ବୁଲାନ୍ସ ଯାଇ ପାରି ନ ଥିଲା। ବାଧ୍ୟ ହୋଇ ଗ୍ରାମବାସୀ ଷ୍ଟ୍ରେଚର ଯୋଗେ ତାଙ୍କୁ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବା ପରେ ସେଠାରୁ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା।
ରାମେଶ୍ୱର ପଞ୍ଚାୟତ ଉଚ୍ଚଢିଅଠାରୁ ରେବା ହାଇସ୍କୁଲ ପର୍ଯ୍ୟନ୍ତ ପ୍ରାୟ ୨କିମି ଦୂର । ପଞ୍ଚାୟତରୁ ଗାଁକୁ ସଂଯୋଗ ହୋଇଥିବା ରାସ୍ତା ଉପରେ ଏହି ଗ୍ରାମର ୧୫ ନମ୍ବର ୱାର୍ଡର ୮୦୦ରୁ ଊର୍ଦ୍ଧ୍ୱ ଜନସାଧାରଣ ନିର୍ଭରଶୀଳ। ଆଖ ପାଖ ପଞ୍ଚାୟତର ସ୍କୁଲ ପିଲାଙ୍କଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକେ ଏହି ରାସ୍ତାଦେଇ ଯାତାୟାତ କରନ୍ତି। ଏହି ରାସ୍ତାରେ ବର୍ଷା ଦିନେ ଜରୁରିକାଳୀନ ଗାଡି ଆସିବା ତ ଦୂରର କଥା, ଯାତାୟାତ ଏକ ପ୍ରକାର ଠପ୍‌ ହୋଇଯାଏ। ବିଭାଗୀୟ ଅଧିକାରୀଙ୍କଠାରୁ ଆରମ୍ଭ କରି ପ୍ରଶାସନ ନେତା ମନ୍ତ୍ରୀଙ୍କୁ ଗୁହାରି କଲେ ମଧ୍ୟ କୌଣସି ସୁଫଳତା ମିଳି ପାରିଲା ନାହଁ । ପ୍ରଶାସନ ଏଥିପ୍ରତି ତୁରନ୍ତ ପ୍ରତି ଦୃଷ୍ଟି ନ ଦେଲେ ଆଗାମୀ ଦିନରେ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri