ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ କେଉଁ ଦିନ ଆସିବେ ତାହା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ୨ ଜଣ କୃଷ୍ଣଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ନିମନ୍ତ୍ରଣ ଗ୍ରହଣ କରି ଆସିବାକୁ ରାଜି ହୋଇଥିବାବେଳେ ଖାଉଟି କଲ୍ୟାଣ ଯୋଗାଣ ଓ ବିଜ୍ଞାନ ପ୍ରଯୁକ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଧ୍ୟ ନିମନ୍ତ୍ରଣପତ୍ର ଗ୍ରହଣ କରି ଶୀତ ମହୋତ୍ସବ ଯୋଗଦାନ କରିବା ନିମନ୍ତେ ରାଜି ହୋଇଥିବା ଜଣାପଡିଛି।
ଏଥିସହ ବିଧାନସଭାର ବାଚସ୍ପତି ସୁରମା ପାଢୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ପ୍ରମୁଖ ଏହି ମହୋତ୍ସବକୁ ଆସିବାକୁ ସହମତି ପ୍ରକାଶ କରିଛନ୍ତି। ମହୋତ୍ସବକୁ ରାଜ୍ୟର ମୁଖିଆମାନେ ଯୋଗଦେବାରୁ ଏବେ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସି ଦେଖାଯାଇଛି । ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ଦାରିଙ୍ଗବାଡି ଆସିଲେ ଅନେକ ସମସ୍ୟାର ସମାଧାନ ଓ ସାମଗ୍ରିକ ବିକାଶ ହୋଇପାରିବ ବୋଲି ଆଲୋଚନା ହେଉଛି। ବିଶେଷ କରି ଦାରିଙ୍ଗବାଡି ର ପର୍ଯ୍ୟଟନ କ୍ଷେତ୍ରର ବିକାଶ ସହ ମୋବାଇଲ ନେଟୱାର୍କ ସମସ୍ୟା, ୫୯ ନଂ ଜାତୀୟ ରାଜପଥ ର ଗାଜଲବାଡି ଘାଟିର ସମ୍ପ୍ରସାରଣ, ଦୀର୍ଘ ୪ ଦଶନ୍ଧି ଧରି ବ୍ରାହ୍ମଣୀଗାଁ ଥାନା ଅଞ୍ଚଳକୁ ବ୍ଲକ ଘୋଷଣା, ଦାରିଙ୍ଗବାଡିକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା ସହ ବିଭିନ୍ନ ଗାଁକୁ ପାନୀୟଜଳର ସୁ-ବ୍ୟବସ୍ଥା ସହ ସାମଗ୍ରିକ ଉନ୍ନତି ପାଈଁ ସ୍ବତନ୍ତ୍ର ପାଣ୍ଠି ମିଳିବା ସହ ଯେଉଁ ମହୋତ୍ସବରେ ଯୋଗଦାନ କରିବେ ସେହି ମହୋତ୍ସବକୁ ସରକାର ଏହାକୁ ପ୍ରତିବର୍ଷ ରାଜ୍ୟସ୍ତରୀୟ ପାଳନ ପାଇଁ ଘୋଷଣା କରାଯିବ ବୋଲି ଚର୍ଚ୍ଚା ଜୋର ଧରିଛି।

ମୁଖ୍ୟମନ୍ତ୍ରୀ ଓ ଅନ୍ୟ ଅତିଥିଙ୍କୁ ନିମନ୍ତ୍ରଣ କରିବାକୁ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ନେତୃତ୍ୱରେ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥ, ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ, ଜିଲା ସମ୍ପାଦକ ସନ୍ତୋଷ ସାହୁ, ବଣିକ ସଙ୍ଘ ଉପସଭାପତି ଦିଲୀପ ସାହୁ, ବରିଷ୍ଠ ନାଗରିକ ମଞ୍ଚର ସମ୍ପାଦକ ପତିତପାବନ ରାଉତ, ରଞ୍ଜିତ ସେନାପତି, ସୁବାସ ସାହୁ, ରଞ୍ଜନ ସାହୁ ପ୍ରମୁଖ ଭୁବନେଶ୍ୱର ଯାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri