ରାତି ପାହିଲେ ନିର୍ବାଚନ: ଆନନ୍ଦପୁରରେ ୨ଲକ୍ଷ ୩୩ ହଜାର ୨୦୩ ଭୋଟର କରିବେ ମତଦାନ

ଆନନ୍ଦପୁର,୨୪ା୫(ସୁଶାନ୍ତ କୁମାର ସାହୁ): ଓଡ଼ିଶାରେ ଆସନ୍ତାକାଲି ଅର୍ଥାତ୍‌ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଉଭୟ ଆନନ୍ଦପୁର ଏବଂ ଘସିପୁରା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବ। ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୩୩ ହଜାର ୨୦୩ ଭୋଟରଙ୍କ ମତଦାନ ପାଇଁ ୨୯୧ଟି ମତଦାନ କେନ୍ଦ୍ର ବ୍ୟବସ୍ଥା ରହିଛି। ନିର୍ବାଚନମଣ୍ଡଳୀରେ ୧ ଲକ୍ଷ ୧୭ ହଜାର ୬୮୮ ଜଣ ପୁରୁଷ ଭୋଟର ରହିଥିବା ବେଳେ ୧ ଲକ୍ଷ ୧୫ ହଜାର ୫୦୬ ଜଣ ମହିଳା ଭୋଟର ଅଛନ୍ତି। ଅନ୍ୟାନ୍ୟ ୯ ଜଣ ଭୋଟର ଅଛନ୍ତି। ନିର୍ବାଚନ ମଣ୍ଡଳୀରେ ୩୩ଟି ବୁଥ୍‌ ଅତି ସମ୍ବେଦନଶୀଳ ବୁଥ୍‌ ରହିଥିବାବେଳେ ୩୦ଟି ବୁଥ୍‌ର ବ୍ୟବସ୍ଥା ରହିଛି। ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହିତ ପରିଚାଳନା ପାଇଁ ଜଣେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରହିଥିବାବେଳେ ଦୁଇ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର, ୫୩ ଜଣ ଏସ୍‌ଆଇ ଓ ଏଏସ୍‌ଆଇ, ୨୪୨ ଜଣ କନଷ୍ଟେବଳ, ୧୮୨ ହୋମଗାର୍ଡ ୪୬ ଜଣ ଗ୍ରାମରକ୍ଷୀ ରହିଛନ୍ତି।

ସେହିପରି ଘସିପୁରା ନିର୍ବାଚନମଣ୍ଡଳୀରେ ୨ ଲକ୍ଷ ୨୮ ହଜାର ୩୯୯ ଭୋଟର ରହିଥିବା ବେଳେ ୧ ଲକ୍ଷ ୧୪ ହଜାର ୩୪୬ ପୁରୁଷ ଭୋଟର ଓ ୧ ଲକ୍ଷ ୧୩ ହଜାର ୯୯୩ ଜଣ ମହିଳା ଭୋଟର ଏବଂ ୬୦ ଜଣ ଅନ୍ୟାନ୍ୟ ଭୋଟର ରହିଛନ୍ତି। ମତଦାନ ପାଇଁ ନିର୍ବାଚନମଣ୍ଡଳୀରେ ୩୦୦ ବୁଥ୍‌ର ବ୍ୟବସ୍ଥା ରହିଥିବା ବେଳେ ସେଥିମଧ୍ୟରୁ ୪୭ଟି ଅତିସମ୍ବେଦନଶୀଳ ବୁଥ୍‌ ରହିଛି। ନିର୍ବାଚନମଣ୍ଡଳୀରେ ୧୦ଟି ପିଙ୍କ୍‌ ବୁଥ୍‌ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହିତ ପରିଚାଳନା ପାଇଁ ଜଣେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରହିଥିବାବେଳେ ଦୁଇ ଜଣ ଡିଏସ୍‌ପି ୬ ଜଣ ଇନ୍ସପେକ୍ଟର, ୫୯ ଜଣ ଏସ୍‌ଆଇ ଓ ଏଏସ୍‌ଆଇ, ୨୪୫ ଜଣ କନଷ୍ଟେବଳ,୧୯୭ ହୋମଗାର୍ଡ, ୩୫ ଜଣ ଗ୍ରାମରକ୍ଷୀ ରହିଛନ୍ତି। ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାର ମତଦାନ ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଆନନ୍ଦପୁର ଉପଜିଲାପାଳ ତଥା ନିର୍ବାଚନ ଅଧିକାରୀ ଫାଲଗୁନୀ ମାଝି ପ୍ରକାଶ କରିଛନ୍ତି। ଏପରିକି ଗଣତନ୍ତ୍ରର ଏହି ମହାନ ପର୍ବରେ ସମସ୍ତେ ସାମିଲ ହୋଇ ବିନା ଚାପରେ ମତଦାନ ସାବ୍ୟସ୍ତ କରିବା ପାଇଁ ଗଣମାଧ୍ୟମ ଜରିଆରେ ପ୍ରକାଶ କରିଛନ୍ତି। ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀର ସମସ୍ତ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଯାହାର ନିୟନ୍ତ୍ରଣ ଆମ ନିକଟରେ ଓ ମୁଖ୍ୟ ନିର୍ବାଚନ କମିଶନ ଓଡ଼ିଶାଙ୍କ ନିକଟରେ ରହିଥିବାରୁ ସମସ୍ତ ଭୋଟର ନିଜକୁ ସୁରକ୍ଷିତ ନିଜର ବହୁମୂଲ୍ୟ ମତ ସାବ୍ୟସ୍ତ କରିବାକୁ ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?