ଦିନକରେ ୨ ଲକ୍ଷ କୋଟି ଯୋଡ଼ିଲେ ନିବେଶକ

ନୂଆଦିଲ୍ଲୀ,୨୭।୮ (ଅଭୟ ଦାଶ): ଭୂ ରାଜନୈତିକ ସମସ୍ୟା ଓ ଦର ବୃଦ୍ଧି ସମସ୍ୟା ମଧ୍ୟରେ ଭାରତୀୟ ନିବେଶ ବଜାର ବେଶ୍‌ ଉତ୍ସାହଜନକ ରହିଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ଦିନକରେ ୨ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ଉଲ୍ଲେଖଯୋଗ୍ୟ, ସୋମବାରର ଶେୟାର ବଜାର କାରବାର ଶେଷ ପରେ ନିବେଶକ ପୁଞ୍ଜି ବଜାରରେ ୨ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ଯୋଡ଼ିଛନ୍ତି। ଫଳରେ ପୁଞ୍ଜିବଜାରର ପରିମାଣ ୪୬୨.୪୦ ଲକ୍ଷ କୋଟିରେ ପହଞ୍ଚତ୍ଛି। ପୂର୍ବ କାର୍ଯ୍ୟଦିବସର ଫଳାଫଳ ପରେ ବଜାର ପରିମାଣ ପ୍ରାୟ ୪୬୦.୪୦ ଲକ୍ଷ କୋଟି ଟଙ୍କାରେ ଥିଲା।
ସେହିଭଳି କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ହେଉଥିଲାବେଳେ ନିବେଶକମାନେ ମଧ୍ୟ ବେଶ୍‌ ଉତ୍ସାହିତ ଅଛନ୍ତି। ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନସେକ୍ସ ପ୍ରାୟ ୬୧୨ ପଏଣ୍ଟ ବଢି ୮୧,୬୯୮ ଅଙ୍କରେ ରହିଥିଲାବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ବା ଏନ୍‌ଏସ୍‌ଇ ନିଫ୍ଟି ୨୫,୦୦୦ ଅଙ୍କ ଉପରେ ରହିଛି। ଏପରିକି ଏନ୍‌ଏସ୍‌ଇ ନିଫ୍ଟି-୫୦ର କାରବାର ୦.୭୬% ବୃଦ୍ଧି ପାଇଁ ୨୫,୦୧୧ଅଙ୍କରେ ପହଞ୍ଚତ୍ଛି। ଅପରପକ୍ଷରେ ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେନସେକ୍ସର ମିଡକ୍ୟାପର କାରବାର ୦.୫% ଏବଂ ସ୍ମଲ୍‌କ୍ୟାପ ୦.୨% ବୃଦ୍ଧି ଘଟିଥିଲାବେଳେ ନିଫ୍ଟି ମିଡକ୍ୟାପ ୦୬୪% ବଢ଼ି ୫୮,୯୩୧.୧୫ଅଙ୍କରେ ରହିଛି। ସେହିଭଳି ନିଫ୍ଟି ସ୍ମଲକ୍ୟାପ ୦.୪୧% ବୃଦ୍ଧି ଘଟି ୯୦୬୮.୧୫ ଅଙ୍କରେ ଥିଲାବେଳେ ନିଫ୍ଟି ବ୍ୟାଙ୍କ ୦.୪୨% ବଢ଼ି ୫୧,୧୪୮.୧୦ ଅଙ୍କରେ ପହଞ୍ଚତ୍ଛି। ସେହିପରି ସେକ୍ଟରାଲଭିତ୍ତିରେ ଆଇଟି, ମେଟାଲ, ଅଏଲ ଆଣ୍ଡ ଗ୍ୟାସ ଏବଂ ପ୍ରପର୍ଟି ଆଦିରେ ନିବେଶକମାନେ ୧ରୁ ୨% ନିବେଶ ବୃଦ୍ଧି କରିଥିଲାବେଳେ ନିଫ୍ଟ କ୍ଷେତ୍ରରେ ହିଣ୍ଡୋଲ୍‌କୋ, ଏନ୍‌ଟିପିସି, ଏଚ୍‌ସିଏଲ୍‌ ଟେକ୍‌, ବଜାଜ ଫିନସର୍ଭ, ଓଏନ୍‌ଜିସି, ଆଦାନୀ ପୋର୍ଟ, ଆଇଚର ମୋଟର୍ସ ଏବଂ ନେସ୍‌ଲେ ଭଳି ନିବେଶକ ସର୍ବାଧିକ ଲାଭବାନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri