ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଏଥିସହିତ ତାଳଚେରକୁ ପାରାଦୀପ ସହ ଯୋଡ଼ିବାକୁ ୧୬ ହଜାର କୋଟି ବ୍ୟୟ ହେବ ବୋଲି ସେ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଭା ମଞ୍ଚରେ ପୂର୍ବ ସରକାରକୁ ମଧ୍ୟ ଟାର୍ଗେଟ୍‌ କରିଥିଲେ। ୯୯ଟି ଷ୍ଟିଲ ପ୍ଲାଣ୍ଟ ଏମ୍‌ଓୟୁ କରିଥିଲେ, କେତୋଟି କାର୍ଯ୍ୟକାରୀ କରିଛ ବୋଲି ସେ ପ୍ରଶ୍ନ କରିଥିଲେ। ପୂର୍ବ ସରକାର ସମୟରେ ପୋସ୍କୋ ଫେରିଯାଇଥିଲା, ଆମେ ଫେରାଇ ଆଣିଛୁ। ଏଥିସହିତ ମିତ୍ତଲ ପଳାଇଯିବା କଥା ଯେଉଁମାନେ କହୁଛନ୍ତି, ତାହା ବିଭ୍ରାନ୍ତିକର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେପଟେ ଜେଏସଡବ୍ଲୁ ସମୂହ ରାଜ୍ୟରେ ୪୦,୦୦୦ କୋଟି ଟଙ୍କା ବିନିଯୋଗରେ ଏକ ସମନ୍ୱିତ ବୈଦୁତିକ ଯାନ ଏବଂ ଇଭି ବ୍ୟାଟେରୀ ଉତ୍ପାଦନ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଫେବୃଆରୀ ୧୦, ୨୦୨୪ ରେ ଓଡିଶା ସରକାରଙ୍କ ସହ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛି।

କଟକ ଜିଲାର ନାରାଜରେ ଜେଏସଡବ୍ଲୁ ଗ୍ରୁପ୍ ଏକ ଇଭି ଗାଡି ଏବଂ ଉପାଦାନ ଉତ୍ପାଦନ କାରଖାନା ସ୍ଥାପନ କରିବାକୁ ଯୋଜନା କରିଥିବାବେଳେ ଜଗତସିଂହପୁର ଜିଲାର ପାରାଦୀପରେ ଏକ ତମ୍ବା ସ୍ମେଲଟର ଏବଂ ଲିଥିୟମ୍ ରିଫାଇନାରୀ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଇଛି।

ଏହି ପ୍ରୋଜେକ୍ଟରେ ୫୦ GWH EV ବ୍ୟାଟେରୀ ପ୍ଲାଣ୍ଟ, ଇଭି, ଲିଥିୟମ୍ ରିଫାଇନାରୀ, ତମ୍ବା ସ୍ମେଲଟର ଏବଂ ଆନୁଷଙ୍ଗିକ ଉପାଦାନ ଉତ୍ପାଦନ ୟୁନିଟ୍ ସ୍ଥାପନା ହେବାକୁ ଅଛି। କମ୍ପାନୀର ଉଚ୍ଚାଭିଳାଷୀ ଇଭି ଏବଂ ଉପାଦାନ ଉତ୍ପାଦନ ପ୍ରକଳ୍ପ ପାଇଁ ରାଜ୍ୟ କ୍ୟାବିନେଟ୍ ଏକ ସ୍ୱତନ୍ତ୍ର ପ୍ରୋତ୍ସାହନ ପ୍ୟାକେଜ୍ ଅନୁମୋଦନ କରିବା ପରେ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri