ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଝାମ୍ପିନେଲେ ୨ ଲକ୍ଷ

ଖୋର୍ଦ୍ଧା ଅଫିସ,୧୨ା୧୦-ଖୋର୍ଦ୍ଧା ସହରର ମାରଓ୍ବାଡିପଟିସ୍ଥିତ ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରୁ ସୋମବାର ୨ଜଣ ଦୁର୍ବୃତ୍ତ ଅବସରପ୍ରାପ୍ତ ଶିକ୍ଷକ କିଶୋର ଚନ୍ଦ୍ର ବରାଳଙ୍କଠାରୁ ୨ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ଏହି ଲୁଟ୍‌ର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। କିଶୋରଙ୍କ ଅଭିଯୋଗକ୍ରମେ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଅନ୍ୟପଟେ ଆନ୍ଧ୍ର ବ୍ୟାଙ୍କ ସମ୍ମୁଖରୁ ଜଣେ ମହିଳାଙ୍କଠାରୁ ସୁନାଚେନ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଗୁରୁଜଙ୍ଗର ଅବସରପ୍ରାପ୍ତ ଶିକ୍ଷକ କିଶୋର ସୋମବାର ସାଢ଼େ ୧୨ଟାରେ ଟଙ୍କା ଉଠାଇବା ଲାଗି ବ୍ୟାଙ୍କକୁ ଆସିଥିଲେ। ଅପରାହ୍ନ ୧ଟାରେ କିଶୋର ଏକ ବ୍ୟାଗରେ ଟଙ୍କା ଧରି ତଳକୁ ଆସିଥିଲେ। ଦୁର୍ବୃତ୍ତଦ୍ୱୟ ପୂର୍ବରୁ କିଶୋରଙ୍କ ଉପରେ ନଜର ରଖିଥିଲେ। କିଶୋର ଟଙ୍କା ବ୍ୟାଗ ସ୍କୁଟି ଡିକିରେ ରଖିବାବେଳେ ଦୁର୍ବୃତ୍ତଦ୍ୱୟ ତାଙ୍କ ଟଙ୍କା ବ୍ୟାଗ ଝାମ୍ପିନେଇ ଫେରାର ହୋଇଯାଇଥିଲେ। ଏନେଇ କିଶୋର ପ୍ରଥମେ ବ୍ୟାଙ୍କ କର୍ତ୍ତୃପକ୍ଷ ଓ ପରେ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri