Posted inଜାତୀୟ

୨ ଲକ୍ଷ ପିଏସ୍‌ୟୁ ନିଯୁକ୍ତି ରଦ୍ଦ ହୋଇଛି: ରାହୁଲ

ନୂଆଦିଲ୍ଲୀ, ୧୯ା୬: ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ)ଗୁଡ଼ିକର ୨ ଲକ୍ଷରୁ ଊର୍ଦ୍ଧ୍ୱ ନିଯୁକ୍ତିକୁ ହଟାଇ ଦିଆଯାଇଛିି। କେନ୍ଦ୍ର ସରକାର ଅଳ୍ପ କେତେଜଣ ପୁଞ୍ଜିପତି ବନ୍ଧୁଙ୍କ ଫାଇଦା ପାଇଁ ଲକ୍ଷ ଲକ୍ଷ ଯୁବବର୍ଗଙ୍କ ସ୍ବପ୍ନକୁ ଚୂରମାର କରିଦେଇଥିବା ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକ ଭାରତର ଗର୍ବ ଓ ନିଯୁକ୍ତି ପାଇଁ ପ୍ରତ୍ୟେକ ଯୁବତୀଯୁବକଙ୍କ ସ୍ବପ୍ନ ବିବେଚନା କରାଯାଉଥିଲା। ଏବେ ତାହା ସରକାରଙ୍କର ପ୍ରାଥମିକତା ନୁହେଁ। ୨୦୧୪ରେ ପିଏସ୍‌ୟୁରେ ୧୬.୯ ଲକ୍ଷ ନିଯୁକ୍ତି ଥିବାବେଳେ ୨୦୨୨ରେ ତାହା ୧୪.୬ ଲକ୍ଷକୁ ହ୍ରାସ ପାଇଛି।

ପ୍ରଗତିଶୀଳ ରାଷ୍ଟ୍ରରେ ନିଯୁକ୍ତି ହ୍ରାସ ପାଏ କି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି। ବିଏସ୍‌ଏନ୍‌ଏଲ ୧,୮୧,୧୨୭ ନିଯୁକ୍ତି ହରାଇଥିବାବେଳେ ସେଲ୍‌ ୬୧,୯୨୮, ଏମ୍‌ଟିଏନ୍‌ଏଲ୍‌ ୩୪୩,୯୯୭, ଏସ୍‌ଇସିଏଲ୍‌ ୨୯,୧୪୦, ଏଫ୍‌ସିଆଇ ୨୮,୦୬୩ ଏବଂ ଓଏନ୍‌ଜିସି ୨୧,୧୨୦ ନିଯୁକ୍ତି ହରାଇଛି। ଯେଉଁମାନେ ବର୍ଷକୁ ୨ କୋଟି ନିଯୁକ୍ତି ଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇଥିଲେ, ନିଯୁକ୍ତି ବଢ଼ାଇବା ପରିବର୍ତ୍ତେ ୨ ଲକ୍ଷରୁ ଊର୍ଦ୍ଧ୍ୱ ନିଯୁକ୍ତିକୁ ହଟାଇ ଦେଇଛନ୍ତି।

ଏହିସବୁ ସଂସ୍ଥାରେ ଠିକା ନିଯୁକ୍ତି ଦୁଇଗୁଣ ବଢ଼ିଛି। ଏହାଦ୍ୱାରା ସଂରକ୍ଷଣର ସାମ୍ବିଧାନିକ ଅଧିକାରକୁ ଛଡ଼ାଇ ନିଆଯାଇଛି। ଏହି କମ୍ପାନୀଗୁଡ଼ିକୁ ଘରୋଇକରଣ କରିବା ପାଇଁ ଏହା ଚକ୍ରାନ୍ତ ନୁହେଁ କି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି। ଶିଳ୍ପପତିଙ୍କ ଋଣ ଛାଡ଼ ହେଉଥିବାବେଳେ ପିଏସ୍‌ୟୁଗୁଡ଼ିକରୁ ନିଯୁକ୍ତି ରଦ୍ଦ କରାଯିବା କି ପ୍ରକାର ଅମୃତ କାଳ ବୋଲି କଂଗ୍ରେସ ନେତା ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri