ଆସିଲା ୨ଲକ୍ଷ ଟିକା: ୫୦ଲକ୍ଷ ଟପିଲା ଟିକାକରଣ

ଭୁବନେଶ୍ୱର, ୧୯।୪(ବ୍ୟୁରୋ):ରାଜ୍ୟରେ ରବିବାର ଆଉ ୨ ଲକ୍ଷ କୋଭିଶିଲ୍ଡ ଟିକା ପହଞ୍ଚତ୍ଛି। ଏହି ଟିକା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ସିଧା ରାଜ୍ୟ ଭାକ୍ସିନ ସେଣ୍ଟରକୁ ନିଆଯାଇଥିଲା। ସେଠାରୁ ଟିକାକୁ ରାଜ୍ୟର ବିଭିନ୍ନ ଜିଲାକୁ ପଠାଯିବ। ଗୋଟିଏ ପଟେ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଟିକାକରଣକୁ ଜୋର୍‌ଦାର କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ହେଲେ ଟିକା ଅଭାବ ଯୋଗୁ ରାଜ୍ୟରେ ପ୍ରାୟ ୧ହଜାର ଟିକାଦାନ କେନ୍ଦ୍ର ବନ୍ଦ ରହିଥିଲା। ୪୨୭ଟି କେନ୍ଦ୍ରରେ ଟିକାଦାନ ଚାଲିଥିବାବେଳେ ୮ଟି ଜିଲାରେ ଟିକାକରଣ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ଅଧିକ ଟିକା ଯୋଗାଇବା ପାଇଁ ପୂର୍ବରୁ କେନ୍ଦ୍ର ସରକାରଙ୍କୁ ବାରମ୍ବାର ଅନୁରୋଧ କରାଯାଇଥିବାବେଳେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲେଖିଥିବା ଚିଠିରେ ଟିକା ଅଭାବ ସଂକ୍ରାନ୍ତରେ ଦୃଷ୍ଟି ଆକର୍ଷଣ କରିବା ସହ ଅଧିକ ଟିକା ଯୋଗାଣ ଉପରେ ଆଶାବ୍ୟକ୍ତ କରିଥିଲେ। ତେବେ ରାଜ୍ୟରେ ଗଚ୍ଛିତ ଥିବା ଟିକା ଓ ଆସିଥିବା ୨ଲକ୍ଷ ଟିକା ମଧ୍ୟ ଆସନ୍ତା ଦୁଇ ତିନିଦିନ ପର୍ଯ୍ୟନ୍ତ ଚାଲିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି। ସେପଟେ ରାଜ୍ୟରେ ୫୦ଲକ୍ଷ ଟପିଛି ଟିକାକରଣ। ରବିବାର ୫୨,୦୪୧ ଟିକାକରଣ ହୋଇଛି। ଏହାକୁ ମିଶାଇ ଏବେ ମୋଟ ଟିକାକରଣ ସଂଖ୍ୟା ୫୦,୧୦,୪୮୮ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?