ଆଇଟି ଶିଳ୍ପରେ ଚାକିରି ହରାଇବେ ୨ ଲକ୍ଷ

ନୂଆଦିଲ୍ଲୀ,୨୮।୮: କରୋନା ପ୍ରଭାବ ଭାରତୀୟ ବଜାର ଉପରେ ଜାରି ରହିଛି। ଆଇଟି ଶିଳ୍ପରେ ବିଭିନ୍ନ ସମୟରେ ଛଟେଇ ନେଇ ଖବର ଆସିଥାଏ। ହେଲେ କରୋନା ଯୋଗୁ ଦେଶର ଆଇଟି ଶିଳ୍ପରେ ପ୍ରାୟ ୨ ଲକ୍ଷ ଲୋକ ନିଯୁକ୍ତି ହରାଇବେ ବୋଲି ଏକ ରିପୋର୍ଟ ସାମ୍ନାକୁ ଆସିଛି। କୋଭିଡ-୧୯ ଯୋଗୁ ଉଭୟ ଆଇଟି ଏବଂ ଆଇଟି ଭିତ୍ତିକ ସେବା କ୍ଷେତ୍ର ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି। ଆଇଟି ଏବଂ ଆଇଟିଇଏସ୍‌ ଭଳି କ୍ଷେତ୍ରଗୁଡିକରେ ନିଯୁକ୍ତି ଉପରେ ଏଭଳି ପ୍ରଭାବ ପଡିବ ବୋଲି ଶିଳ୍ପ ପକ୍ଷରୁ କୁହାଯାଇଛି। ଶିଳ୍ପର ମୋଟ କର୍ମଚାରୀଙ୍କ ମଧ୍ୟରୁ ପ୍ରାୟ ୫% କର୍ମଚାରୀ ଏହା ଦ୍ୱାରା ପ୍ରଭାବିତ ହେବ ବୋଲି କୁହାଯାଉଛି। ସୂଚନା ଯୋଗ୍ୟ ଦେଶର ଆଇଟି ଏବଂ ବିପିଏମ୍‌ ସେକ୍ଟରରେ ପ୍ରାୟ ୪୪ ଲକ୍ଷ ଲୋକ ନିଯୁକ୍ତି ପାଇଛନ୍ତି। ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ଏଭଳି ନିଯୁକ୍ତି ଲୋକମାନେ ପାଇଛନ୍ତି। ଏହା ମଧ୍ୟରୁ ପରଫରମାନ୍ସ ଭିତ୍ତିରେ ୨ରୁ ୩% ଲୋକଙ୍କର ଚାକିରି ପ୍ରଭାବିତ ହୋଇଥାଏ। ହେଲେ ଚଳିତ ବର୍ଷ କରୋନା ଯୋଗୁ ସ୍ଥିତି ଭିନ୍ନ ରହିଛି। ଫଳରେ ପ୍ରାୟ ୫% କର୍ମଚାରୀ ଏହା ଦ୍ୱାରା ପ୍ରଭାବିତ ହେବେ ବୋଲି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri