୨ ଲିଜ୍‌ଧାରୀଙ୍କୁ ୩୬ କୋଟିରୁ ଊର୍ଦ୍ଧ୍ୱ କ୍ଷତିଭରଣା ନିର୍ଦ୍ଦେଶ

ବାରିପଦା ଅଫିସ,୨ା୯:ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀର ଆରପଟା, ଡିଙ୍ଗିରା ଓ ମହୁପୁରା ସଇରାତରୁ ବେଆଇନ ବାଲି ଉତ୍ତୋଳନ ଏବଂ ପରିବହନକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଇଷ୍ଟର୍ନ ବେଞ୍ଚ କୋଲକତାରେ ହୋଇଥିବା ୩ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୭ ସୁଦ୍ଧା କ୍ଷତିପୂରଣ ବାବଦରେ ୩୬କୋଟିରୁ ଊର୍ଦ୍ଧ୍ୱ ଟଙ୍କା ପୈଠ କରିବାକୁ ୨ ଲିଜଧାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମାମଲା ପରିଚାଳନା କରୁଥିବା ଆଇନଜୀବୀ ଶଙ୍କର ପ୍ରସାଦ ପାଣି ପ୍ରକାଶ କରିଛନ୍ତି। ମୟୂରଭଞ୍ଜ ଜିଲାପାଳ ଦାଖଲ କରିଥିବା ସତ୍ୟପାଠର ସମସ୍ତ ରିପୋର୍ଟକୁ ଭିତ୍ତିକରି ଜୁଡିସିଆଲ ମେମ୍ବର ଜଷ୍ଟିସ ବି. ଅମିତ ସ୍ଥହେଲକାର ଓ ଏକ୍ସପୋର୍ଟ ମେମ୍ବର ସାଇବଲ ଦାସଗୁପ୍ତା ଏହି ରାୟ ଦେଇଛନ୍ତି ା
ବଡ଼ସାହି ତହସିଲ ଅଧୀନ ଆରପଟା, ଡିଙ୍ଗିରା ଓ ମହୁପୁରା ସଇରାତରେ ବେଆଇନ ବାଲି ଉତ୍ତୋଳନ ଏବଂ ପରିବହନକୁ ନେଇ ବଡ଼ସାହି ବ୍ଲକ ଛେଳିଆ ଗ୍ରାମର ରାଧାମୋହନ ସିଂଙ୍କ ଅଭିଯୋଗ କ୍ରମେ ୩୦/୨୨ , ୩୧/୨୨ ଓ ୪୦/୨୨ ଇଜେଡ୍‌ରେ ୩ଟି ମାମଲା ଏନଜିଟିରେ ରୁଜୁ ହୋଇଥିଲା ା ଏହାକୁ ନେଇ ଅଗଷ୍ଟ ୨୫ତାରିଖରେ ଏନଜିଟି ଷ୍ଟାଣ୍ଡିଂ କମିଟିର ଅତିରିକ୍ତ ଅଧିକାରୀ ତାପସ କୁମାର ପ୍ରହରାଜ, ଆଇନଜୀବୀ ଦୀପାଞ୍ଜନ ଘୋଷ, ଗୋରାଚାନ୍ଦ ରୟ ଚୌଧୁରୀ, ଶିବଜ୍ୟୋତି ଚକ୍ରବର୍ତ୍ତୀ, ପାଉଶାଲୀ ବାନାର୍ଜୀ ଓ ଦେବାଶିଷ ଘୋଷଙ୍କ ଉପସ୍ଥିତିରେ ଭର୍ଚୁଆଲ ମୋଡ୍‌ରେ ମାମଲାର ଶୁଣାଣି ଶେଷ ହୋଇଥିଲା ା
ଏନ୍‌ଜିଟି ପକ୍ଷରୁ ପ୍ରକାଶିତ ରାୟ ଅନୁଯାୟୀ, ଆରପଟା ସଇରାତରୁ ବହୁଗୁଣା ବାଲି ଉତ୍ତୋଳନ କରାଯାଇ ପରିବେଶ ଓ ଜୈବ ବିବିଧତାରେ କ୍ଷତି ପହଞ୍ଚାଇବା ବାବଦରେ ୪କୋଟି ୭୧ଲକ୍ଷ ୩୮ହଜାର ୮୬୮ଟଙ୍କା ଓ ପରିବେଶ କ୍ଷତି ପାଇଁ ୨୧ଲକ୍ଷ ଟଙ୍କା ଓ ରାଜସ୍ବହାନି ବାବଦରେ ୧କୋଟି ୯୧ଲକ୍ଷ ଟଙ୍କାର କ୍ଷତିପୂରଣକୁ ମିଶାଇ ମୋଟ ୬କୋଟି ୯୩ଲକ୍ଷ ୩୮ହଜାର ୮୬୮ଟଙ୍କା ଜରିମାନା ଦେବାକୁ ରାୟ ପ୍ରକାଶ ପାଇଛି। ଡିଙ୍ଗିରା ସଇରାତ ବାବଦରେ ୧୧କୋଟି ୮୯ଲକ୍ଷ ୭୭ହଜାର ୪୦୪ଟଙ୍କା, ପରିବେଶ କ୍ଷତି ପାଇଁ ୨୧ଲକ୍ଷ ଓ ରାଜସ୍ବହାନି ବାବଦରେ ୧କୋଟି ୩୬ଲକ୍ଷ ୫୦ହଜାର ୬୦୫ଟଙ୍କାର କ୍ଷତିପୂରଣକୁ ମିଶାଇ ମୋଟ ୧୩କୋଟି ୪୭ଲକ୍ଷ ୨୮ହଜାର ୯ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆରପଟା ଓ ଡିଙ୍ଗିରା ସଇରାତରୁ ମୋଟ ୨୦କୋଟି ୪୦ଲକ୍ଷ ୬୬ହଜାର ୮୭୭ଟଙ୍କା ପୈଠ କରିବାକୁ ଲିଜ୍‌ଧାରୀ ପ୍ରଦୀପ ବିନ୍ଧାଣିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା ସେହିପରି ମହୁପୁରା ସଇରାତରୁ ପରିବେଶ ଓ ଜୈବ ବିବିଧତାରେ କ୍ଷତି ପହଞ୍ଚାଇବା ବାବଦରେ ୧୨କୋଟି ୩୫ଲକ୍ଷ ୮୪ହଜାର ୮୪୪ଟଙ୍କା ଓ ପରିବେଶ କ୍ଷତି ପାଇଁ ୨୧ଲକ୍ଷ ଓ ରାଜସ୍ବହାନି ବାବଦରେ ୩କୋଟି ୭୧ଲକ୍ଷ ୧୮ହଜାର ୪ଶହ ଟଙ୍କାକୁ ମିଶାଇ ମୋଟ ୧୬କୋଟି ୨୮ଲକ୍ଷ ୩ହଜାର ୨୪୪ଟଙ୍କା ପୈଠ କରିବାକୁ ଲିଜ୍‌ଧାରୀ କୃପାସିନ୍ଧୁ ସିଂଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଉଭୟ ଲିଜ୍‌ଧାରୀ ନିର୍ଦ୍ଧାରିତ ସମୟ ମଧ୍ୟରେ ଜରିମାନା ପୈଠ ନ କଲେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୟୂରଭଞ୍ଜ ଜିଲାପାଳଙ୍କୁ ଆଦେଶ ଦିଆଯାଇଛି। ତେବେ ମହୁପୁରା ସଇରାତରେ ସରକାରୀ ସମ୍ପତ୍ତିର ଅପବ୍ୟବହାର, ନିଜ କ୍ଷମତାର ଦୁରୁପଯୋଗ, ବେଆଇନ ବାଲି ଉତ୍ତୋଳନରେ ସାମିଲ ହୋଇଥିବା ତତ୍କାଳୀନ ତହସିଲଦାର ମମତାଜ ମହାରଣାଙ୍କ ବିରୋଧରେ ଆଇପିସି, ସିଆର୍‌ପିସି ଏବଂ ପବ୍ଲିକ ଅର୍ଥ ହେରଫେର ଆକ୍ଟ ୨୦୦୨କୁ ନେଇ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମୟୂରଭଞ୍ଜ ଜିଲାରେ ଥିବା ବାଲି ସଇରାତଗୁଡ଼ିକରେ ସିସିଟିଭି ଲଗାଇବା ସହ ପରିବହନରେ ନିୟୋଜିତ ଯାନଗୁଡିକରେ ଜିପିଏସ୍‌ ଓ ସଇରାତରେ ତଦାରଖକାରୀ ସ୍କ୍ବାଡ୍‌ ନିୟୋଜିତ କରିବାକୁ ରାୟରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri