ବାହୁଡା ଯାତ୍ରାରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ୨ ଜୀବନ

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ କେନ୍ଦୁଆ ଗ୍ରାମରେ ବାହୁଡା ଯାତ୍ରାରେ ଅଘଟଣ ଘଟିଛି। ରଥକୁ ଟାଣି ସାଇଟ୍‌ କରୁଥିବା ବେଳେ ବିଦ୍ୟୁତ୍‌ ଆଘାତରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ହେଲେ ଭୁବନପଶି ଗ୍ରାମର ଯୁଗଳ ବାରିକ ଏବଂ କେନ୍ଦୁଆ ଗ୍ରାମର ବରୁଣ ଗିରି। ଆହତ ଜଣକ ହେଲେ ନହବେଡ଼ା ଗ୍ରାମର ଶଙ୍କର୍ଷଣ ପ୍ରଧାନ ବୋଲି ଜଣାପଡିଛି। ଚିକତ୍ସା ପାଇଁ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ଭର୍ତ୍ତି କରାଯାଇଛି।

ବାହୁଡା ଯାତ୍ରା ଆରମ୍ଭ ହେବା ପୂର୍ବରୁ ୩ଜଣ ରଥକୁ ପଛକୁ ଟାଣି ସାଇଡ୍‌ କରୁଥିଲେ। ସେତିକିବେଳେ ୧୧କେଭି ବିଦ୍ୟୁତ୍‌ ତାରରେ ରଥ ଲାଗି ଯିବାରୁ ସେମାନଙ୍କୁ ବିଦ୍ୟୁତ୍‌ କରେଣ୍ଟ ଲାଗିଥିଲା। ସ୍ଥାନୀୟ ଲୋକେ ତୁରନ୍ତ ସେମାନଙ୍କୁ ଡାକ୍ତରଖାନାକୁ ନେଇଥିଲେ ହେଁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏନେଇ ବାରିଆ ଥାନା ଅଧିକାରିଣୀ ବନ୍ଦନା ପାତ୍ର କହିଛନ୍ତି, ବାହୁଡା ଯାତ୍ରା ଆରମ୍ଭ ପୂର୍ବରୁ ଏହି ଅଘଟଣ ଘଟିଛି । ୩ଜଣ ରଥକୁ ପଛକୁ ଟାଣି ପ୍ରସ୍ତୁତ କରୁଥିଲେ। ସେତିକିବେଳେ ରଥରେ ଉପରେ ଲାଗିଥିବା ଏକ ବାଡି ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଷରେ ଆସିଯାଇଥିଲ। ଫଳରେ ସେମାନେ ଗୁରୁତର ଆହତ ହୋଇଥିଲେ । ସେମାନଙ୍କ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?