ଦନ୍ତା ହାତୀ ଆକ୍ରମଣରେ ଚାଲିଗଲା ୨ ଜୀବନ

ପରଜଙ୍ଗ,୨୧।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ପରଜଙ୍ଗ ଅଞ୍ଚଳରେ ଶନିବାର ଏକ ଅଘଟଣ ଘଟିଛି। ପୃଥକ ଦୁଇଟି ସ୍ଥାନରେ ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖାଲପାଳ ଗ୍ରାମର ଅଲେଖ ନାୟକ ଏବଂ ପରଜଙ୍ଗ ଗ୍ରାମର ବାରି ନାୟକ।

ମିଳିଥିବା ସୂଚନା ମୁତାବକ, ଅଲେଖ ଘର ପାଖ ପଡ଼ିଆକୁ ଶୌଚ ପାଇଁ ଯାଇଥିଲେ। ସେତିକିବେଳେ ସେ ହାତୀ ହାବୁଡ଼ରେ ପଡିଯାଇଥିଲେ। ହାତୀଟି ତାଙ୍କୁ ଆକ୍ରମଣ କରିଥିବା ବେଳେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ସେହିପରି ପରଜଙ୍ଗ ଗଣ୍ଡତଇଲାରେ ଥିବା ଏକ ଫାର୍ମ ହାଉସ ପଛପଟ ପଡ଼ିଆକୁ ବାରି ଶୌଚ ପାଇଁ ଯାଇଥିଲେ। ତାଙ୍କୁ ମଧ୍ୟ ଏକ ଦନ୍ତା ହାତୀ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣକଙ୍କ ମୃତ୍ୟୁ ଘଟିଛି। ଖବର ପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀର ଗତିପଥ ଅନୁଧ୍ୟାନ କରୁଛନ୍ତି। ମୃତଦେହ ବ୍ୟବଚ୍ଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି । ଘଟଣାସ୍ଥଳରେ ୨ ନମ୍ବର ଜୋନ ଜିଲା ପରିଷଦ ନିରାକାର ପ୍ରଧାନ ପହଞ୍ଚି ଦୁଃଖ ପ୍ରକାଶ କରିବା ସହିତ ବନବିଭାଗର ଅବହେଳା ଯୋଗୁ ଏଭଳି ଘଟଣା ବାରମ୍ବାର ଘଟୁଛି ବୋଲି କହିବା ସହ ସ୍ଥାନୀୟ ଲୋକଙ୍କୁ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri