ଅକାଳରେ ଚାଲିଗଲା ୨ ଜୀବନ: ପୋଲିସ ତଦନ୍ତ ଜାରି

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବଡବୋରସିଙ୍ଗିର ଦୀପକ ଭୋଳଙ୍କ ମୃତଦେହ ରବିବାର ଏକ କାଜୁ ବଗିଚାରୁ ମିଳିଥିଲା। ସେହିଭଳି ତାରସିଂ ଥାନା ଅନ୍ତର୍ଗତ ବଦାଙ୍ଗିର ଲବଣୀ ନାୟକ ପୋଖରୀରେ ବୁଡି ଗତକାଲି ମୃତ୍ୟୁବରଣ କରିଛନ୍ତି। ସୋମବାର ଉଭୟଙ୍କ ମରଶରୀର ଭଞ୍ଜନଗର ମେଡ଼ିକାଲରେ ବ୍ୟବଛେଦ ହୋଇଛି। ଏନେଇ ଉଭୟ ପୋଲିସ ଦୁଇଟି ପୃଥକ ପୃଥକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

ଘଟଣାରୁ ପ୍ରକାଶ ଯେ, ଗାଙ୍ଗପୁର ଥାନା ଅନ୍ତର୍ଗତ ବିଞ୍ଚଣା-ବଡବୋରସିଙ୍ଗି ରାସ୍ତାର ଏକ କାଜୁ ଜଙ୍ଗଲରେ ଦୀପକଙ୍କ ମୃତଦେହ ଝୁଲିଥିବା ନେଇ ଗତକାଲି ସଂପୃକ୍ତ ଅଞ୍ଚଳବାସୀ ଦେଖିଥିଲେ। ଏହାପରେ ଗାଙ୍ଗପୁର ପୋଲିସକୁ ଲୋକେ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଧାର କରି ବ୍ୟବଛେଦ ପାଇଁ ଭଂଜନଗର ମେଡିକାଲକୁ ପଠାଇ ଦେଇଥିଲା। ଦୀପକ କେଉଁଭଳି ପରିସ୍ଥିତିରେ ମୃତ୍ୟୁବରଣ କରିଛନ୍ତି ତାହା ସଠିକ ଭାବେ ଜଣାପଡ଼ିନାହିଁ। ଦୀପକଙ୍କ ମୃତ୍ୟୁକୁ ନେଇ ନାନା କଥା ଆଲୋଚନା ହେଉଥିବା ବେଳେ ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ କାରଣ ଜଣାପଡିବ।

ସେହିଭଳି ତାରସିଂ ଥାନା ବଦାଙ୍ଗି ଗ୍ରାମ ପୋଖରୀରେ ଲବଣି ନାୟକ(୪୫) ବୁଡି ମୃତ୍ୟୁବରଣ କରିଛନ୍ତି। ଲବଣି ଗାଁ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିଲେ। ଏହି ସମୟରେ ସେ ପୋଖରୀରେ ବୁଡି ମୃତ୍ୟୁବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri