ସାପକାମୁଡ଼ାରେ ୨ ଜୀବନ ଗଲା

ରାଇରଙ୍ଗପୁର,୧୫ା୭(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ପୋଲିସ ସର୍କଲ ଅଧୀନସ୍ଥ ଯାମଦା ଏବଂ ରାଇରଙ୍ଗପୁର ଗ୍ରାମାଞ୍ଚଳ ସମେତ ଦୁଇଟି ଥାନା ଅଞ୍ଚଳରେ ଶନିବାର ସାପ କାମୁଡ଼ାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପୋଲିସ ପକ୍ଷରୁ ପୃଥକ୍‌ ଭାବେ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରିଛ। କେସ୍‌ ନଂ ୯ ଏବଂ ୧୦ରେ ଦୁଇଟି ମାମଲା ରୁଜୁ କରାଯାଇଛି।

ସୂଚନାଯୋଗ୍ୟ, ଯାମଦା ଥାନା ଅନ୍ତର୍ଗତ ଟେଣ୍ଡରା ପଞ୍ଜାୟତ ସାକଯୋଡ଼ି ଗ୍ରାମର ଯୁବକ ଶିବାଜୀ ଏବାଙ୍ଗେ(୨୨) ନିଜଘର ଅଗଣାରେ ଶୋଇଥିବା ବେଳେ ବିଷଧର ସାପ କାମୁଡ଼ିଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ଶିବାଜୀଙ୍କୁ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରିବା ବେଳେ ଡାକ୍ତର ଶିବାଜୀଙ୍କୁ ମୃତ ଘୋଷଣା କରିଥିଲେ। ସେହିଭଳି ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଇହରି ପଞ୍ଚାୟତ ଭୋଦୁଗୋଡ଼ା ଗ୍ରାମର ଚୈତନ୍ୟ ମୁଣ୍ଡା ( ୭୦ ) ଶନିବାର ସକାଳେ ତାଙ୍କର ଘର ନିକଟସ୍ଥ ଛଣ ଗଦାରୁ ଛଣ କାଢ଼ୁଥିବା ବେଳେ ସାପକାମୁଡ଼ାରେ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ଚୈତନ୍ୟଙ୍କୁ ଜାତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଚୈତନ୍ୟଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପୋଲିସ ମୃତ ଶିବାଜୀ ଏବଂ ଚୈତନ୍ୟ ଉଭୟ ମୃତଦେହ ଜବତ କରି ରାଇରଙ୍ଗପୁର ହସ୍ପିଟାଲରେ ବ୍ୟବଚ୍ଛେଦ କରାଇବା ପରେ ପରିବାରକୁ ହସ୍ତାନ୍ତର କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri