୨ ଲଘୁଚାପ ସକ୍ରିୟ: ୪ ଯାଏ ପ୍ରବଳ ବର୍ଷା, ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର,୨୮ା୬(ଅନୁରାଧା ମହାରଣା)- ଗୁଜରାଟର ସୌରାଷ୍ଟ୍ର ଓ କଚ୍ଛର ଦକ୍ଷିଣ ଭାଗ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତରପୂର୍ବ ଆରବସାଗର ଅଞ୍ଚଳରେ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଘନୀଭୂତ ହୋଇ ରବିବାର ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ଦେଶର ପୂର୍ବ ଭାଗରେ ଉତ୍ତର-ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳସ୍ଥ ବାୟୁମଣ୍ଡଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଓ ୩୦ ତାରିଖରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହି ୨ ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ଶନିବାର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅଧିକ ବର୍ଷା ନେଇ ବହୁ ଜିଲାକୁ ଅରେଞ୍ଜ ଓ ୟେଲୋ ୱାର୍ନିଂ ଦିଆଯାଇଛିି। ରବିବାର ୧୬ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜୁନ୍‌ ୩୦ ଓ ଜୁଲାଇ ୧ରେ ଭୀଷଣ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri