ଆସୁଛି ୨ ଲଘୁଚାପ: ୧୨ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୧ା୮(ଅନୁରାଧା ମହାରଣା):ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବାବେଳେ ଦିନରେ ଖରା, ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଆଗକୁ ୨ଟି ଲଘୁଚାପ ହେବାର ଥିବାରୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୧୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ଦକ୍ଷିଣ ଓଡ଼ିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ୧୯ ତାରିଖ ବେଳକୁ ଆଉ ଏକ ଲଘୁଚାପ ଓଡ଼ିଶା ଉପକୂଳ ନିକଟରେ ସୃଷ୍ଟି ହୋଇପାରେ। ଏହି ଦୁଇ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ତେବେ ସୋମବାର ୧୧ ତାରିଖ ସାରା ରାଜ୍ୟକୁ ୟେଲୋ ଓ୍ବାର୍ନିଂ ରହିଥିବାବେଳେ ୧୨ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ। ୧୩ ତାରିଖ ବେଳକୁ ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
କେନ୍ଦ୍ରର ସୂଚନାନୁସାରେ, ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲାରେ ଅତି ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୦ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର. ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ରହିଛି। ଏସବୁ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?