ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି: ୨୪ ଘଣ୍ଟାରେ ଆହୁରି…

ଭୁବନେଶ୍ୱର,୧୭।୬: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି।

ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ସୋମବାର ଚାନ୍ଦବାଲିରେ ସର୍ବାଧିକ ୪୭.୪ ମିମି ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୫.୮ ମିମି, ଝାରସୁଗୁଡ଼ା ୨୮.୬ ମିମି, ଭଦ୍ରକ ୧୯.୧ ମିମି, କେନ୍ଦୁଝର ୧୫.୬ ମିମି, ବରଗଡ଼ ୧୩.୭ ମିମି, ଯାଜପୁର ୮.୫ ମିମି, ବାଲେଶ୍ୱର ୮.୨ ମିମି ଏବଂ ଦାରିଙ୍ଗିବାଡିରେ ୨.୦ ମିମି ବର୍ଷା ରେକର୍ଡ ହୋଇଛି। ମଙ୍ଗଳବାର କଳାହାଣ୍ଡି, କଟକ ଓ ଜଗତସିଂହପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଏସବୁ ଜିଲାକୁ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ୧୭ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ଏହି ସବୁ ଜିଲା ମଧ୍ୟରେ କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ରହିଛି। ରାଜ୍ୟର ପ୍ରାୟ ୨୭ ଜିଲାକୁ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri