ଅଡ଼ବା ପୋଲିସକୁ ବଡ଼ ସଫଳତା, ୬୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ୨ ମାଫିଆଙ୍କୁ ବାନ୍ଧିଲା…

ମୋହନା,୧୩।୫( ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବିରିକୋଟ ପଞ୍ଚାୟତ ଯୋଡ଼ାଆମ୍ବ ଗାଁ ନିକଟରୁ ଏକ ୧୦ ଚକିଆ ଟ୍ରକ ଯୋଗେ ପଞ୍ଜାବକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା। ଏନେଇ ଅଡବା ପୋଲିସକୁ ବିଶେଷ ସୂତ୍ରରୁ ସୂଚନା ମିଳିବା ପରେ ଅଡବା ଥାନା ଅଧିକାରୀ ଶୁଭ୍ରାଂଶୁ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇଥିଲା। ମଙ୍ଗଳବାର ପୂର୍ବାହ୍ନରେ ଗାଡ଼ିରେ ଗଞ୍ଜେଇ ଲୋଡ୍‌ ହେଉଥିବା ବେଳେ ଅଡବା ପୋଲିସ ଚଢ଼ାଉ କରିଥିଲା। ହେଲେ ଘଟଣାସ୍ଥଳରୁ ଡ଼୍ରାଇଭର ଫେରାର ହୋଇଯାଇଥିବା ବେଳେ ପଞ୍ଜାବ ରାଜ୍ୟର ଗଞ୍ଜେଇ ମାଫିଆ ଦିଲବାଗ ସିଂ ଓ ଗଜପତି ଜିଲା ପରମାଗୁଡା ଗାଁର ରଞ୍ଜନ ନାୟକଙ୍କୁ ପୋଲିସ ଗିରଫ କରିଛି। ଗାଡ଼ିରୁ ୬୧୪ କିଲୋ ୮୦୦ ଗ୍ରାମର ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଅଡ଼ବା ଥାନା ଅଧିକାରୀ ସୂଚନା ଦେଇଛନ୍ତି। ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ, ମାଡି ଆସିଲାଣି ବର୍ଷା

ବରଗଡ଼,୧୫।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିବାର ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତିଛି। ମାତ୍ର ଏପର୍ଯ୍ୟନ୍ତ ଧାନବିକ୍ରି ସମସ୍ୟା ଲାଗି ରହିଛି। ବିକ୍ରି ପାଇଁ...

ପ୍ରଶାସନର ବଡ଼ ପଦକ୍ଷେପ: ବନ୍ଦ ରହିବ ହୋଟେଲ, ଢାବା

ବରୀ,୧୫।୬: ଯାଜପୁର ଜିଲାରେ ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ତହସିଲଦାରଙ୍କ କାର୍ଯ୍ୟାଳୟ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଯାଜପୁର ଜିଲା ବରୀ ଅଞ୍ଚଳରେ...

ଚଳନ୍ତା ବସ୍‌ରେ ବିପଦପୂର୍ଣ୍ଣ ଷ୍ଟଣ୍ଟ୍‌ ଶୋ’

ଝାରସୁଗୁଡ଼ା,୧୫ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ୪୯ ନମ୍ବର ଜାତୀୟ ରାଜପଥ ଏବଂ ବିଜୁ ଏକ୍ସପ୍ରେସ୍‌ ଓ୍ବେ ମରଣଯନ୍ତା ପାଲିଟିଛି। ପ୍ରତିଦିନ ଏହି ରାସ୍ତାରେ ଦୁର୍ଘଟଣା...

ପଡ଼ିଆରେ ଚରୁଥିବା ବେଳେ ହେଲା ବଜ୍ରପାତ

ଛତ୍ରପୁର,୧୮।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଚିକଲଖଣ୍ଡି ଗାଁ ନିକଟ ରାସ୍ତାରେ ଛେଳି ଚାଷୀମାନେ ଛେଳି ଚରାଇବା ବେଳେ ବଜ୍ରପାତ ଘଟି ୪୩ ଛେଳିଙ୍କ...

ଛେଳି ଗୋଟରେ ବଜ୍ରପାତ: ଆଉ ତା’ପରେ…

ପଡ଼ିଆବାହାଲ,୧୫।୬(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ଜୁଯୋମୁରା ବ୍ଲକ ନୂଆଁ ବରଙ୍ଗାମାଳ ପଞ୍ଚାୟତ ସାପଲହରା ନିକଟରେ ରବିବାର ସାରେ ବଜ୍ରପାତ ଘଟି ୧୦ ଛେଳିଙ୍କ ମୃତ୍ୟୁ ଘଟିଛି।...

ପୂର୍ବତନ ବିଧାୟକଙ୍କ କାର୍‌ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍‌

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

ପିତୃ ଦିବସରେ ଲଜ୍ଜା: ନାବାଳିକା ଝିଅକୁ ବଳାତ୍କାର ଅଭିଯୋଗରେ ବାପା ଗଲେ ଜେଲ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଆଜି ପିତୃ ଦିବସ। ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ୧୬ ବର୍ଷୀୟା...

କାର୍‌ରେ ଆସୁଥିବାବେଳେ ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ-ଝିଅ ଆହତ

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri