ସୀମାନ୍ତରୁ ୨ ମାଓବାଦୀ ଗିରଫ

ମାଲକାନଗିରି,୯।୪(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମା ପୋଲିସ କୋମ୍ବିଂ ଅପରେଶନ ବେଳେ ୨ଜଣ ମାଓବାଦୀଙ୍କୁ ଶନିବାର ଗିରଫ କରିଛି। ସେମାନେ ହେଲେ ମୁଚାକି ସୁଖ୍ରାମ ଏବଂ ହଡମା ମାଡଭି। ସେମାନଙ୍କ ନାମରେ ପୂର୍ବରୁ ୧ ଲକ୍ଷ ଲେଖାଏ ଟଙ୍କାର ପୁରସ୍କାର ଘୋଷଣା ହୋଇଥିଲା। ମାଓବାଦୀ ଦମନ ଲାଗି ସୁକ୍‌ମା ପୋଲିସ କୁକାନାର ଅଞ୍ଚଳରେ କୋମ୍ବିଂ ଅପରେଶନ କରୁଥିବା ବେଳେ ମାଓବାଦୀଙ୍କ ଗତିବିଧି ନେଇ ସୂଚନା ପାଇଥିଲା। ପରେ ଜିଲା ପୋଲିସ ବାହିନୀ ଏବଂ ଡିଆରଜି ମିଳିତ ଭାବେ କୁକାନାରର କାନଭାପାରା ଏବଂ ପେଡାପାରା ଜଙ୍ଗଲରେ ମିଳିତ କୋମ୍ବିଂ ଅପରେଶନ କରିଥିଲେ। ଏହି ସମୟରେ କେତେ ଜଣ ସନ୍ଦିଗ୍ଧ ବ୍ୟକ୍ତି ଜଙ୍ଗଲକୁ ପୋଲିସ ଆସୁଥିବା ଦେଖି ଲୁଚିଯିବାକୁ ଉଦ୍ୟମ କରିଥିଲେ। ତେବେ ପୋଲିସ ତୁରନ୍ତ ସେମାନଙ୍କୁ କାବୁ କରି ପଚରାଉଚରା କରିଥିଲା। ଏହି ସମୟରେ ସେମାନେ ଉଭୟେ ମାଓବାଦୀ ବୋଲି ସ୍ବୀକାର କରିଥିଲେ। ଏହି ମାଓବାଦୀ ଦ୍ୱୟ ପୂର୍ବରୁ ଅନେକ ବଡ ବଡ ହିଂସାରେ ଜଡିତ ଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ ‘ବସୁଧା ଯୋଜନା’…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri