ପୋଲିସ ହାତରେ ଧରାପଡ଼ିଲେ ୨ ହାଡ୍‌କୋର ମାଓବାଦୀ

ମାଲକାନଗିରି,୧୩।୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପୋଲିସ ଦୁଇଜଣ ହାଡ୍‌କୋର ମାଓବାଦୀଙ୍କୁ ଗିରଫ କରିଛି। ଏପପରିକି ପୋଲିସ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି। ଏହି ସମ୍ପର୍କରେ ଶୁକ୍ରବାର ମାଲକାନଗିରି ଆର୍‌କ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ମାଲକାନଗିରି ଏସ୍‌ପି. ବିନୋଦ ପାଟିଲ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଗତ କିଛିଦିନ ଧରି ମାଲକାନଗିରି ସିମାନ୍ତ ଛତିଶଗଡ଼ରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟୁଥିବା ବେଳେ ଏଥିରେ ବହୁ ମାଓବାଦୀ ନିହତ ହୋଇଛନ୍ତି। କିଛି ମାଓବାଦୀ ଲୁଛି ରହୁଥିବା ବେଳେ ଆଉ କିଛି ମାଓବାଦୀ ନିଜର ଆତ୍ମରକ୍ଷା ପାଇଁ ପଡୋଶୀ ରାଜ୍ୟରେ ପ୍ରବେଶ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ଛତିଶଗଡ଼ର କିଛି ମାଓବାଦୀ ଓଡିଶା ମାଲକାନଗିରି ଜିଲାରେ ପ୍ରବେଶ କରିଛନ୍ତି।

ବିଶେଷ ସୁତ୍ରରୁ ଖବର ପାଇ ଗୁରୁବାର ରାତିରେ ଜିଲା ପୋଲିସ ମାଥିଲି ଥାନା ଅନ୍ତର୍ଗତ ସୋଡିଗୁଡ଼ ଓ ତେନ୍ତୁଳିଗୁଡା ଗ୍ରାମ ମଧ୍ୟରେ ଥିବା ଜଙ୍ଗଲରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ଗୁରୁବାର ଭୋର ସମୟରେ କିଛି ମାଓବାଦୀ ଜଙ୍ଗଲ ମଧ୍ୟରେ ଯାଉଥିବା ଦେଖି ପୋଲିସ ତାଙ୍କର ପିଛା କରିବା ସହ ତାଙ୍କୁ ଆତ୍ମସମର୍ପଣ କରିବାକୁ କହିଥିଲେ।

ହେଲେ ମାଓବାଦୀମାନେ ପୋଲିସ କଥା ନ ମାନି ଓଲଟା ତାଙ୍କ ଉପରକୁ ଗୁଳି ଚଲାଇ ଥିଲେ। ଫଳରେ ପୋଲିସ ଏହାର ପାଲଟା ଜବାବ ଦେଇଥିଲା। ଏଥିରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ହେଲେ ପୋଲିସ ତାଙ୍କୁ ଧରିବାକୁ ଚେଷ୍ଟା କରିଥିଲା। ସେତିକିବେଳେ ପୋଲିସ ଦୁଇଜଣ ମାଓବାଦୀଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା। ପୋଲିସ ଘଟଣାସ୍ଥଳରୁ ଅସ୍ତ୍ରଶସ୍ତ୍ର ଓ ମାଓବାଦୀ ସାମଗ୍ରୀ ଜବତ କରିଥିଲେ।

ଗିରଫ ଦୁଇ ମାଓବାଦୀ ଛତିଶଗଡ ବସ୍ତର ଜିଲାର କେସା କବାସୀ ଓ ବିଜାପୁର ଜିଲା ତାମୋଡ ଗ୍ରାମର ରାକେଶ ଓରଫ ସାନୁ କୁମା। ସେମାନେ ସିପିଆଇ ମାଓବାଦୀ ସଂଗଠନରେ ଏସିଏମ୍‌ ଭାବେ କାର୍ଯ୍ୟ କରୁଥିଲେ। ଏପରିକି ସେମାନେ ଛତିଶଗଡର ବିଭିନ୍ନ ହିଂସାକାଣ୍ଡରେ ଜଡିତ ଥିଲେ ା ଗିରଫ ୨ ମାଓବାଦୀଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଯିବ ବୋଲି ଏସ୍‌.ପି. ପାଟିଲ ପ୍ରକାଶ କରିଛନ୍ତି।

ଜବତ କରିଥିବା ସାମଗ୍ରୀଗୁଡିକ ମଧ୍ୟରୁ ଗୋଟିଏ ପିସ୍ତଲ, ଛଅଟି ଅଫୁଟା ଗୁଳି, ୧୦ ଡିଟୋନେଟର, ୧୦ ମିଟର କୋଡେକ୍ସ ତାର, ୫୦ ଗ୍ରାମ ବନ୍ଧସ୍ବଳ ପାଉଡର, ଗୋଟିଏ ବାକିଟାକି, ଟର୍ଚ୍ଚ ଲାଇଟ, ରେଡିଓ, ମାଓବାଦୀ ପୁସ୍ତିକା, ଔଷଧ ସହ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri