ଚିତ୍ରକୋଣ୍ଡାରେ ଫୁଟିଲା ଗୁଳି: ଟଳିଲେ ୨ ମାଓବାଦୀ

ମାଲକାନଗିରି/ଚିତ୍ରକୋଣ୍ଡା,୧୩।୧୨(ଡି.ଏନ୍‌.ଏ):ପୁଣି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଫୁଟିଲା ଗୁଳି। ସିଙ୍ଗାରାମଠାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ରବିବାର ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ମାଓବାଦୀଙ୍କ ମଧ୍ୟରୁ ଜଣେ ଦୁର୍ଦ୍ଦାନ୍ତ ତଥା ଏରିଆ କମିଟି ମେମ୍ବର ମାଲା ବୋଲି ଜଣାପଡ଼ିଥିବା ବେଳେ ଆଉ ଜଣେ ମହିଳା ମାଓବାଦୀଙ୍କ ପରିଚୟ ଏବେ ସୁଦ୍ଧା ଜଣାପଡ଼ିନାହିଁ। ଉଭୟ ଛତିଶଗଡ ଅଞ୍ଚଳର ଏବଂ ସେମାନେ ଦୀର୍ଘ ଦିନ ହେବ ମାଓ ସଂଗଠନରେ କାମ କରୁଥିବା ନେଇ ପୋଲିସ ଅନୁମାନ କରୁଛି।

ସୂଚନାନୁଯାୟୀ, ମାଓବାଦୀମାନେ ଗୁରୁତ୍ୱପୂର୍ଣ୍ଣ ବେଠକ କରୁଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ୧୦ରୁ ଅଧିକ ମାଓବାଦୀ ବୈଠକ କରୁଥିବା ବେଳେ ସୁରକ୍ଷାକର୍ମୀମାନେ ସେଠାରେ ପହଞ୍ଚିଥିଲେ । ଯବାନଙ୍କୁ ଦେଖି ପ୍ରଥମେ ମାଓବାଦୀଙ୍କ ପକ୍ଷରୁ ଆଖିବୁଜା ଗୁଳିବର୍ଷା କରାଯାଇଥିଲା। ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏହାର ଜବାବରେ ପାଲଟା ଗୁଳି ଚାଳନା କରାଯାଇଥିଲା। ଫଳରେ ଦୁଇ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ତେବେ ଅନ୍ୟ ମାଓବାଦୀମାନେ ସେଠାରୁ ଖସି ପଳାଇବାରେ ସକ୍ଷମ ହୋଇଛନ୍ତି । ଏସଓଜି, ଯବାନ ଓ ଡିଭିଏଫ ଯବାନ ଏହି ଅପରେଶନ୍‌ରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri