ଏନ୍‌କାଉଣ୍ଟରରେ ଟଳି ପଡ଼ିଲେ ୨ ମାଓବାଦୀ

କଟକ,୩୦।୬: ମାଓବାଦୀ ଦମନ କ୍ଷେତ୍ରରେ କନ୍ଧମାଳ ଜିଲା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ପୋଲିସ ଏନ୍‌କାଉଣ୍ଟରେ ୨ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଜୀବନ୍ତ ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓବାଦୀ ସାମଗ୍ରୀ ଜବତ କରାଯାଇଛି।

ମୃତ୍ୟବରଣ କରିଥିବା ୨ ମାଓବାଦୀ ମଙ୍କୁ ଏବଂ ଚନ୍ଦନ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। କନ୍ଧମାଳ ଜିଲାରେ ସକ୍ରିୟ ଥିବା ମାଓବାଦୀ ଗୃପର ମଙ୍କୁ ACM କ୍ୟାଡର ଏବଂ ଚନ୍ଦନ ପାର୍ଟି ସଦସ୍ୟ ବୋଲି ପୋଲିସ ପ୍ରାରମ୍ଭିକ ସୂଚନା ପାଇଛି। ଘଟଣା ପରେ ସମ୍ପୂକ୍ତ ଅଞ୍ଚଳରେ ପୋଲିସ ପକ୍ଷରୁ ତଲାସୀ ଅଭିଯାନ ଜାରି ରହିଛି।

ମିଳିଥିବା ସୂଚନା ମୁତାବକ, ବାଲିଗୁଡା ଥାନା ଅଧୀନ ପୁରାଣଜିଆବ ସଂରକ୍ଷିତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ପୋଲିସକୁ ସୂଚନା ମିଳିଥିଲା। ଏନେଇ କନ୍ଧମାଳ ଏସ୍‌ପି ହରିଶ ବି.ସି.ଙ୍କ ନିର୍ଦ୍ଦେଶ କ୍ରମେ ଡିଭିଏଫ ଯବାନଙ୍କ ଏକ ଟିମ୍‌ ସମ୍ପୂକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ।

ସେତିକିବେଳେ ଡିଭିଏଫ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଗୁଳି ବିନିମୟରେ ମଙ୍କୁ ଏବଂ ଚନ୍ଦନଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ଉଭୟଙ୍କ ମୃତଦେହ ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳରେ ଅପେରଶନ ଜୋରଦାର କରିଛି।
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଏହି ସଫଳତା ପାଇଁ କନ୍ଧମାଳ ଜିଲା ଏସପି ଏବଂ ଡିଭିଏଫ ଯବାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri