ଏନ୍‌କାଉଣ୍ଟରରେ ଟଳି ପଡ଼ିଲେ ୨ ମାଓବାଦୀ

କଟକ,୩୦।୬: ମାଓବାଦୀ ଦମନ କ୍ଷେତ୍ରରେ କନ୍ଧମାଳ ଜିଲା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ପୋଲିସ ଏନ୍‌କାଉଣ୍ଟରେ ୨ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଜୀବନ୍ତ ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓବାଦୀ ସାମଗ୍ରୀ ଜବତ କରାଯାଇଛି।

ମୃତ୍ୟବରଣ କରିଥିବା ୨ ମାଓବାଦୀ ମଙ୍କୁ ଏବଂ ଚନ୍ଦନ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। କନ୍ଧମାଳ ଜିଲାରେ ସକ୍ରିୟ ଥିବା ମାଓବାଦୀ ଗୃପର ମଙ୍କୁ ACM କ୍ୟାଡର ଏବଂ ଚନ୍ଦନ ପାର୍ଟି ସଦସ୍ୟ ବୋଲି ପୋଲିସ ପ୍ରାରମ୍ଭିକ ସୂଚନା ପାଇଛି। ଘଟଣା ପରେ ସମ୍ପୂକ୍ତ ଅଞ୍ଚଳରେ ପୋଲିସ ପକ୍ଷରୁ ତଲାସୀ ଅଭିଯାନ ଜାରି ରହିଛି।

ମିଳିଥିବା ସୂଚନା ମୁତାବକ, ବାଲିଗୁଡା ଥାନା ଅଧୀନ ପୁରାଣଜିଆବ ସଂରକ୍ଷିତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ପୋଲିସକୁ ସୂଚନା ମିଳିଥିଲା। ଏନେଇ କନ୍ଧମାଳ ଏସ୍‌ପି ହରିଶ ବି.ସି.ଙ୍କ ନିର୍ଦ୍ଦେଶ କ୍ରମେ ଡିଭିଏଫ ଯବାନଙ୍କ ଏକ ଟିମ୍‌ ସମ୍ପୂକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ।

ସେତିକିବେଳେ ଡିଭିଏଫ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଗୁଳି ବିନିମୟରେ ମଙ୍କୁ ଏବଂ ଚନ୍ଦନଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ଉଭୟଙ୍କ ମୃତଦେହ ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳରେ ଅପେରଶନ ଜୋରଦାର କରିଛି।
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଏହି ସଫଳତା ପାଇଁ କନ୍ଧମାଳ ଜିଲା ଏସପି ଏବଂ ଡିଭିଏଫ ଯବାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri