୨ ମାଟ୍ରିକ ପଢୁଆ ଛାତ୍ରୀଙ୍କୁ ଅପହରଣ, ଘରେ ପଡ଼ିଛି ଭାଳେଣି: ଖୋଜୁଛି ପୋଲିସ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ମାଟ୍ରିକ ପଢୁଥିବା ଛାତ୍ରୀ(୧୬)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୧୯୩/୨୬ ଭାରତୀୟ ନ୍ୟାୟ ସଂହିତାର ଦଫା – ୧୩୭(୨) ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଛାତ୍ରୀ ଜଣକ ଟ୍ୟୁସନ ଯିବା ଆସିବା କରିବାବେଳେ ଗାଁ ଇ.ଶିବରାମ ପାତ୍ର ରାସ୍ତାରେ ତାଙ୍କୁ ଅଟକାଇ ନିୟମିତ ଭାବେ କଥାବାର୍ତ୍ତା କରୁଥିବା ନେଇ ଗ୍ରାମର କିଛି ବ୍ୟକ୍ତିଙ୍କ ଠାରୁ ସୂଚନା ପାଇବା ପରେ ଛାତ୍ରୀଙ୍କୁ ତାଙ୍କ ବାପା ଗତ ପ୍ରାୟ ୬ ମାସ ପୂର୍ବେ ତାଗିଦ କରିଥିଲେ।
ଗତ ୨୮ ତାରିଖ ଭୋର ପ୍ରାୟ ୫ଟାରୁ ଛାତ୍ରୀ ଜଣକ ଘରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ତାଙ୍କୁ ବିଭିନ୍ନ ଗ୍ରାମକୁ ଯାଇ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ ମିଳିପାରିନାହିଁ। ଶିବରାମ ଛାତ୍ରୀଙ୍କୁ ଏକ ମୋବାଇଲ ଫୋନ ଦେଇଥିବା ଜଣାପଡିଥିଲା। ଘଟଣା ପରଠାରୁ ଶିବରାମ ମଧ୍ୟ ଗାଁରେ ଅନୁପସ୍ଥିତ ଅଛନ୍ତି। ତେଣୁ ସେ ହିଁ ବିଭିନ୍ନ ପ୍ରଲୋଭନ ଦେଖାଇ ତାଙ୍କ ଝିଅକୁ ଅପହରଣ କରି କେଉଁଆଡ଼େ ନେଇଯାଇଥିବା ନେଇ ଏତଲାରେ ଉଲ୍ଲେଖ ରହିଛି ।

ସେହିପରି ଦିଗପହଣ୍ଡି ଥାନା ଅଧିନ ଅନ୍ୟଏକ ଗାଁର ଜଣେ ମାଟ୍ରିକ ପଢୁଥିବା ୧୫ ବର୍ଷୀୟା ନାବାଳିକା ଛାତ୍ରୀ ଗତ ଗୁରୁବାର ସକାଳୁ ଘରୁ ନିଖୋଜ ହୋଇଯାଇଛନ୍ତି। ମା’ ପୋଖରୀକୁ ଗାଧୋଇ ଯାଇଥିବା ବେଳେ ବାପା ପରିବା ଆଣିବାକୁ ବଜାର ଯାଇଥିଲେ। ନାବାଳିକା ଝିଅ ଏକୁଟିଆ ଘରେ ଥିଲେ। ମା’ ପୋଖରୀରୁ ଫେରିବା ପରେ ଘରେ ଝିଅ ନ ଥିବା ଦେଖି ସ୍ବାମୀଙ୍କୁ ଜଣାଇଥିଲେ। ପରିବାର ଲୋକେ ସମ୍ପର୍କୀୟ ମାନଙ୍କ ସହ ମିଶି ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ପରେ ବାପା ଏନେଇ ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୧୯୭/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା – ୧୩୭(୨) ଅନୁଯାୟୀ. ମକଦ୍ଦମା ରୁଜୁ କରି ତଦନ୍ତ ନିମନ୍ତେ ଏସ.ଆଇ ସୋଫିଆ ମିଶ୍ରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୁସ୍ତାକ ଅଲୀ ଟ୍ରଫି: ବିହାର ସିନିୟର ଦଳର ନେତୃତ୍ୱ ନେବେ ବୈଭବ ସୂର୍ଯ୍ୟବଂଶୀ

ପାଟନା,୬ା୧୧: ନଭେମ୍ବର ୧୪ରୁ ଆରମ୍ଭ ହେବାକୁଥିବା ସୟଦ ମୁସ୍ତାକ ଅଲି ଟ୍ରଫିର ପ୍ରଥମ ଦୁଇଟି ମ୍ୟାଚ ପାଇଁ ସ୍ବଳ୍ପ ବୟସ୍କ ବ୍ୟାଟିଂ ପ୍ରତିଭା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ରଥମ…

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ପରଖିଲେ ମହିଳା ଓ ଶିଶୁ ସୁରକ୍ଷା, ଆୟୋଗ ଅଧ୍ୟକ୍ଷା: ଅଙ୍ଗନବାଡ଼ି କେନ୍ଦ୍ର ଓ ଆବାସିକ ବିଦ୍ୟାଳୟରେ ସୁବିଧା ସୁଯୋଗ ଯାଞ୍ଚ

ମୋହନା, ୬।୧୧ (ମନ୍ମଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ପରେ ଗଜପତି ଜିଲ୍ଲା ମୋହନା ବ୍ଲକରେ ମହିଳା ଓ ଶିଶୁଙ୍କ ସୁରକ୍ଷାକୁ ନେଇ ପ୍ରଶାସନ ତତ୍ପର ହୋଇଛି।…

ହାତୀ-ମଣିଷ ସଂଘର୍ଷ ରୋକିବାକୁ ଗଜସାଥୀଙ୍କୁ ତାଲିମ୍‌: ୧୯ ମାସରେ ୨୭୫ ମଣିଷ ଓ ୧୩୧ ହାତୀଙ୍କ ମୃତ୍ୟୁ

ଭଞ୍ଜନଗର, ୬।୧୧ (ବାବୁଲା ପ୍ରଧାନ): ହାତୀ-ମଣିଷ ସଂଘର୍ଷ ହ୍ରାସ କରିବା ସହ ଉଭୟଙ୍କ ଧନଜୀବନ ସୁରକ୍ଷା ଉଦ୍ଦେଶ୍ୟରେ ଟାଟା ପାୱାର, ଘୁମୁସର ଉତ୍ତର ବନଖଣ୍ଡ ଏବଂ ସ୍ୱେଚ୍ଛାସେବୀ…

ବନ୍ୟାଞ୍ଚଳ ପରିଦର୍ଶନ କରିବେ ନବୀନ: ବିଜେଡି ଶିବିରରେ ଉତ୍ସାହ

ହିଞ୍ଜିଳିକାଟୁ/ଶେରଗଡ଼୬।୧୧(ଦ୍ବିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟ ନାରାୟଣ ଦାଶ): ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ଶନିବାର ଗଞ୍ଜାମ ଗସ୍ତରେ ଆସିବେ। ବାତ୍ୟା ଅର୍ଣ୍ଣବ ପ୍ରଭାବିତ ବନ୍ୟାଞ୍ଚଳ…

ବଣ୍ଡାଘାଟିରେ ଧସିଲା ମାଟି ଅତଡ଼ା: ୭ ଗାଁ ବିଚ୍ଛିନ୍ନ

ମାଲକାନଗିରି,୬।୧୧(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ବଣ୍ଡାଘାଟିରେ ରାସ୍ତା ଧସିବା ଯୋଗୁ ୭ଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଖଇରପୁଟ ବ୍ଲକ ମୁଦୁଲିପଡ଼ା ପଞ୍ଚାୟତର ବନ୍ଧଗୁଡ଼ା ନିକଟରେ ମାଟି…

ବାରାହା ଦାଉରୁ ଫସଲ ରକ୍ଷା ପାଇଁ ସୋଲାର ବିଦ୍ୟୁତ୍‌ ତାରବାଡ଼: ସାମୁଦ୍ରିକ ଥାନା ମୁଖ୍ୟ ରାସ୍ତା ପାର୍ଶ୍ୱରେ ତାରବାଡ଼କୁ ନେଇ ଚିନ୍ତା, ହଟାଇବାକୁ ବନ ବିଭାଗର…

ମହାକାଳପଡ଼ା, ୬।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳରେ ଚାଷ ଜମିରେ ବାରାହା ପଲଙ୍କ ଉପଦ୍ରବ ଚାଷୀଙ୍କ ଚିନ୍ତା ବଢ଼ାଇଛି। ବାରାହା…

୪ ବର୍ଷ ବାସନ୍ଦ ହେଲେ ଏହି ଅଲିମ୍ପିକ ବିଜେତା, ଜାଣନ୍ତୁ…

ଲାଉସାନେ,୧୧ା୬: ଡୋପ୍‌ ଟେଷ୍ଟରେ ଧରାପଡ଼ିବାରୁ ଅଲିମ୍ପିକ ଭାରୋତ୍ତୋଳକ ବ୍ରୋଞ୍ଜ ପଦକ ବିଜେତା ବୋଝିଦାର ଦିମିତ୍ରୋଭ ଆନ୍ଦ୍ରିଭଙ୍କୁ ଶୁକ୍ରବାର ୪ବର୍ଷ ପର୍ଯ୍ୟନ୍ତ ବାସନ୍ଦ କରାଯାଇଛି। ଫଳରେ ସେ ୨୦୨୮…

ସୋଲାର ପ୍ୟାନେଲ୍‌ ଲଗାଇବା ବାହାନାରେ ଘରେ ପଶି ଲୁଟ୍‌, ୪ ଅଭିଯୁକ୍ତ ଗିରଫ

ବଲାଙ୍ଗୀର, ୬।୧୧ (ସୁନିଲ କୁମାର ମହାନ୍ତି): ସୋଲାର ପ୍ୟାନେଲ୍‌ ଲଗାଇବା ବାହାନାରେ ଘରେ ପଶି ଦୁଇ ମହିଳାଙ୍କୁ ଲାଟ୍ରିନ୍‌ ଓ ବାଥରୁମ୍‌ରେ ବନ୍ଦ କରି ଲୁଟ୍‌ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?