ଓଡ଼ିଶାରୁ ପ୍ରତିନିଧିତ୍ୱ କରିବେ ୨ ମନ୍ତ୍ରୀ, ଯିବେନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୭ା୧୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଶନିବାର କୋଲକାତାଠାରେ ଅନୁଷ୍ଠିତ ହେବ ପୂର୍ବାଞ୍ଚଳ ଜୋନାଲ୍‌ ପରିଷଦ ବୈଠକ। ଏଥିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌, ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ୍‌ ସିଂ ତମାଙ୍ଗ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେବେନାହିଁ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ବଦଳରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍‌ ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଓଡ଼ିଶାରୁ ପ୍ରତିନିଧିତ୍ୱ କରିବେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଗୃହ ସଚିବ ଦେଓରଞ୍ଜନ କୁମାର ସିଂ, ପୋଲିସ ଡିଜି ସୁନୀଲ କୁମାର ବଂଶଲ ମଧ୍ୟ ଯୋଗଦେବେ। ବୈଠକରେ ଓଡ଼ିଶା ପକ୍ଷରୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି, କେନ୍ଦ୍ରୀୟ ଫୋର୍ସ ମୁତୟନ ବାବଦ ଅର୍ଥ ଛାଡ, ରାଜ୍ୟର ବିଭିନ୍ନ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାରେ ସୁଧାର, କ୍ଲିନ ଏନର୍ଜି ସେସ୍‌, କୋଇଲା ରୟାଲିଟି ବୃଦ୍ଧି, ମୋବାଇଲ ଟାୱାର ନିର୍ମାଣ, ରେଳ ଭିତ୍ତିଭୂମି ଆଦି ପ୍ରସଙ୍ଗ ଉପସ୍ଥାପନ କରାଯିବାର ସମ୍ଭାବନା ରହିଛି।ସୂଚନାଯୋଗ୍ୟ, ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ସିକ୍କିମ୍‌ ପୂର୍ବାଞ୍ଚଳ ଜୋନାଲ ପରିଷଦ ସଦସ୍ୟ ଅଛନ୍ତି। ବୈଠକରେ କେନ୍ଦ୍ର-ରାଜ୍ୟ ମଧ୍ୟରେ ଥିବା ଦ୍ୱିପାକ୍ଷିକ ସମ୍ପର୍କ ସମେତ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥାଏ। ଏହି ବୈଠକ ନଭେମ୍ବର ୫ରେ ହେବାର ଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ଏହାକୁ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri