ପାଟ୍ରୋଲିଂ ଗାଡ଼ି ଚକାତଳେ ଗଲା ୨ ନାବାଳକଙ୍କ ଜୀବନ

କୁଆଁରମୁଣ୍ଡା,୧୩ା୪(ଡି.ଏନ୍‌.ଏ.): ଇଣ୍ଡିଆନ ଅଏଲ କର୍ପୋରେଶନ ଲିଃ(ଆଇଓସିଏଲ)ର ପାଟ୍ରୋଲିଂ କରୁଥିବା ଏକ ବୋଲେରୋ ମଙ୍ଗଳବାର ରାତିରେ ବୀରମିତ୍ରପୁର ଥାନା ଅନ୍ତର୍ଗତ ପାକେରଲଙ୍ଗର-କୁଦାବେଡ଼ା ରାସ୍ତାରେ ୨ ନାବାଳକଙ୍କ ଉପରେ ଚଢ଼ାଇ ଫେରାର ହୋଇଯାଇଛି। ନାବାଳକଦ୍ୱୟଙ୍କ ପାଟି ଶୁଣି ଗ୍ରାମବାସୀ ଘଟଣାସ୍ଥଳକୁ ଆସିବା ସହ ଚିକତ୍ସା ନିମନ୍ତେ ତୁରନ୍ତ ଉଭୟଙ୍କୁ ରାଉରକେଲାସ୍ଥିତ ଏକ ହସ୍ପିଟାଲକୁ ନେଇଥିଲେ। ସେଠାରେ ଉଭୟଙ୍କର ଅବସ୍ଥା ସଙ୍କଟାପନ୍ନ ଥିବା ଦେଖି ଡାକ୍ତର ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ମାତ୍ର ବାଟରେ ଉଭୟଙ୍କର ମୃତ୍ୟୁ ହୋଇଯାଇଛି। ଖବର ପାଇ ବୀରମିତ୍ରପୁର ପୋଲିସ ମୃତଦେହ ଦୁଇଟିକୁ ରାଉରକେଲା ଶବାଗାରରେ ରଖିଛି। ମୃତ ନାବାଳକଦ୍ୱୟ ହେଉଛନ୍ତି କୁଦାବେଡ଼ାର ମୃତ ବ୍ଲାସିୟସ ଡୁଙ୍ଗଡୁଙ୍ଗଙ୍କ ପୁଅ ଅଜିତ୍‌ ଡୁଙ୍ଗଡୁଙ୍ଗ(୧୭) ଓ ଦୀପକ ଟେଟେଙ୍କ ପୁଅ ଦୀପ୍‌ସାନ ଟେଟେ(୧୪)। ଏହି ଖବର ପ୍ରଚାରିତ ହୋଇଯିବା ପରେ ବୁଧବାର ସକାଳଠାରୁ ମୃତକଦ୍ୱୟଙ୍କ ପରିବାରବର୍ଗ ଓ ଗ୍ରାମବାସୀ ପାକେରଲଙ୍ଗର-ଦୁମାଙ୍ଗଦିରି ଗ୍ରାମ୍ୟରାସ୍ତା ଅବରୋଧ କରିଛନ୍ତି। ରିିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ଆଇଓସିଏଲର କୌଣସି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବାରୁ ଉତ୍ତେଜନା ଲାଗି ରହିଛି। ବୀମରିତ୍ରପୁର ପୋଲିସ ଏକ ପ୍ଲାଟୁନ ଫୋର୍ସ ଘଟଣାସ୍ଥଳରେ ମୁତୟନ କରି ପରିସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖିଛି ା ଏପରିକି ଘଟଣାସ୍ଥଳରେ କୁଆଁରମୁଣ୍ଡା ବ୍ଲକ ଜିଲା ପରିଷଦ ସଭ୍ୟ ରାଜେନ୍ଦ୍ର କୁଜୁର,କୁମଝରିଆ ଓ୍ବାର୍ଡ ସଭ୍ୟ ମୁକେଶ ମାହାଳି, ଗୋକୁଳ ରାୟ, କୁଆଁରମୁଣ୍ଡା ସରପଞ୍ଚ ରାଜେଶ ହାଁସଦା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ରାସ୍ତା ଅବରୋଧରେ ସାମିଲ ଅଛନ୍ତି। ଏପରିକି ଉଭୟ ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ମୃତ ଦୀପସାନଙ୍କ ମା’ ପ୍ରତିମା ଟେଟେ ଦୃଢ଼ ଦାବି କରିଛନ୍ତି।

ସୂଚନାଥାଉକି,ମୃତ ଦୀପସାନ ନିକଟସ୍ଥ ପାକେରଲଙ୍ଗର ସ୍କୁଲରେ ୮ମ ଶ୍ରେଣୀର ଛାତ୍ର ଥିଲେ। ଘଟଣାଦିନ ପ୍ରବଳ ଗରମ ଯୋଗୁ ମୃତକଦ୍ୱୟ ଉକ୍ତ ରାସ୍ତାର ଏକ ପାର୍ଶ୍ୱରେ ବସିଥିବା ବେଳେ ପାଟ୍ରୋଲିଂ କରୁଥିବା ଉକ୍ତ କମ୍ପାନୀ ବୋଲେରୋଟି ଦ୍ରୁତ ଗତିରେ ଯାଇ ହଠାତ୍‌ ତାଙ୍କ ଉପରେ ଚଢ଼ାଇ ଫେରାର ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?