Posted inଜାତୀୟ

କୁକୁଡ଼ା ଚୋରି ସନ୍ଦେହରେ ନାବାଳକଙ୍କୁ ମିଳିଲା ଏଭଳି ଦଣ୍ଡ: ଭାଇରାଲ ହେଲା ଭିଡିଓ

ଲକ୍ଷ୍ନୌ,୭ା୮: ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଏକ ଅମାନୁଷିକ ଘଟଣା ସାମ୍ନାକୁ ଆସିଛି। ବର୍ତ୍ତମାନ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏକ ଫାର୍ମରୁ କୁକୁଡ଼ା ଚୋରି ସନ୍ଦେହରେ ୨ ନାବାଳକଙ୍କୁ ଫାର୍ମ ମାଲିକ ଓ କେତେଜଣ ବ୍ୟକ୍ତି ମାଡ଼ ମାରି ପରିସ୍ରା ପିଆଇଛନ୍ତି। ଏପରିକି ସେମାନଙ୍କ ହାତ ବାନ୍ଧି ତଳେ ଶୁଆଇ ଗୁପ୍ତାଙ୍ଗରେ କଞ୍ଚାଲଙ୍କା ଘଷିଥିଲେ।
ଭିଡିଓ ଭାଇରାଲ ହେବା ପରେ ପୋଲିସ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଅନ୍ୟ ୨ ଜଣଙ୍କୁ ଖୋଜୁଛି। ଜିଲାର କେତେଜଣ କଲେଜ ପିଲାଙ୍କ ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ଏହି ଭିଡିଓ ଭାଇରାଲ ହୋଇଥିଲା। ଏହି ଗ୍ରୁପ୍‌ରେ ଥିବା ଜଣେ କନ୍‌ଷ୍ଟେବଲ ଏ ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କୁ ଜଣାଇବା ପରେ ସାଇବର ୟୁନିଟ୍‌ ନେତୃତ୍ୱରେ ପୋଲିସ ଟିମ୍‌ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ଭିଡିଓ ଦେଖାଇବା ପରେ କୁକୁଡ଼ା ଫାର୍ମ ମାଲିକ ମହମ୍ମଦ ସୁଦ୍‌ ଘଟଣାକୁ ସ୍ବୀକାର କରିଥିଲେ। ଗତ ଗୁରୁବାର ସେ ଗ୍ରାହକଙ୍କୁ କୁକୁଡ଼ା ବିକୁଥିବା ବେଳେ ୧୦ ଓ ୧୪ ବର୍ଷର ଦୁଇଜଣ ପିଲା ତାଙ୍କ ଫାର୍ମରେ ଚୋରି କରିବାକୁ ପଶିଥିଲେ ବୋଲି କହିଛନ୍ତି। ଫାର୍ମର ଲୋକମାନେ ସେମାନଙ୍କୁ ଗୋଡ଼ାଇ ଧରିଥିଲେ। ସେମାନଙ୍କୁ ଆମେ ଉପଯୁକ୍ତ ଶିକ୍ଷା ଦେବାକୁ ଚାହିଁଥିଲୁ ବୋଲି ଫାର୍ମ ମାଲିକ ସୁଦ୍‌ ପୋଲିସକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri