Posted inଜାତୀୟ

୨ ନାବାଳକଙ୍କୁ ଟ୍ରକ୍‌ରେ ବାନ୍ଧି ଘୋଷାଡ଼ିଲେ

ଭୋପାଳ,୩୦।୧୦(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶର ଇନ୍ଦୋରରେ ମୋବାଇଲ ଫୋନ୍‌ ଚୋରି ସନ୍ଦେହରେ ୨ ଜଣ ନାବାଳକଙ୍କୁ ଟ୍ରକ୍‌ରେ ବାନ୍ଧି ରାସ୍ତାରେ ଘୋଷାଡ଼ିବା ଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି। ଶୁକ୍ରବାର ଇନ୍ଦୋର ସହରର ରାଜେନ୍ଦ୍ରନଗର ଅଞ୍ଚଳରେ ଥିବା ଏକ ପରିବା ବଜାରରେ କେତେଜଣ ଲୋକ ୨ ନାବାଳକଙ୍କୁ ଏଭଳି ନିଷ୍ଠୁର ଦଣ୍ଡ ଦେଉଥିବାବେଳେ ଅନ୍ୟମାନେ ତାହା ଉପଭୋଗ କରୁଥିଲେ। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ପିଲା ଦୁଇଜଣଙ୍କ ହାତଗୋଡ଼ ଦଉଡ଼ିରେ ବନ୍ଧାଯାଇ ସେମାନଙ୍କୁ ନିର୍ଦ୍ଦୟ ଭାବେ ଟ୍ରକ୍‌ ଦ୍ୱାରା ଘୋଷାଡ଼ି ନିଆଯାଉଛି। ଏହାଠାରୁ ଆହୁରି ପରିତାପର ବିଷୟ ଏହା ଯେ, ସେଠାରେ ଉପସ୍ଥିତ ଲୋକେ ଏହି ଦୃଶ୍ୟକୁ ମୋବାଇଲ ଫୋନ୍‌ରେ ଉତ୍ତୋଳନ କରିବା ସହ ଟ୍ରକ୍‌ ପଛରେ ଧାଉଁଥିବା ଦେଖାଯାଇଛି। ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ପୋଲିସ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିବା ଲାଗି ତନାଘନା ଚାଲିଥିବା ଜଣେ ପୋଲିସ ଅଧିକାରୀ କହିଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ ତାରିଖରେ କ୍ଷେତରୁ କପା ଚୋରି କରିବା ଅଭିଯୋଗରେ ଜଣେ ଲୋକଙ୍କୁ ଖୁଣ୍ଟରେ ବାନ୍ଧି ନିର୍ଘାତ ମାଡ଼ ମରାଯାଉଥିବାର ଭିଡିଓ ଭାଇରାଲ ହୋଇଥିଲା। ଗତ ଅଗଷ୍ଟରେ କାଠ ଚୋରି ଅଭିଯୋଗରେ ବିଦିଶା ଜିଲା ବନ କର୍ମଚାରୀ ଗୁଳି ଚଳାଇବାରୁ ଜଣେ ଆଦିବାସୀଙ୍କର ମୃତ୍ୟୁ ହେବା ସହ ଅନ୍ୟ ୩ ଜଣ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri