Posted inଜାତୀୟ

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି ଯେଉଁମାନେ କ୍ୟାବିନେଟ ପାହ୍ୟା ପାଇଁ ଆଶା ରଖିଥିଲେ। କ୍ୟାବିନେଟ ବିସ୍ତାର ପୂର୍ବରୁ ଦୁଇ ଜଣ କଂଗ୍ରେସ ବିଧାୟକ ଇସ୍ତଫା ଦେଇଛନ୍ତି। ରାଜ୍ୟରେ ରାଜନୈତିକ ଅସ୍ଥିରତା ମଧ୍ୟରେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇ ସ୍ପଷ୍ଟ କରିଛନ୍ତି ଯେ, ସମସ୍ତ ବିଧାୟକଙ୍କୁ ଏକାଥରେ କ୍ୟାବିନେଟ୍‌ରେ ସାମିଲ କରିବା ସମ୍ଭବ ନୁହେଁ।

ଶିବକୁମାର କହିଛନ୍ତି, ପ୍ରତ୍ୟେକ ବିଧାୟକଙ୍କୁ କ୍ୟାବିନେଟ୍‌ରେ ସାମିଲ କରିବା ସମ୍ଭବ ନୁହେଁ। ଯେଉଁମାନେ ଏଥର ହାତଛଡ଼ା ହୋଇଛନ୍ତି ସେମାନେ ଭବିଷ୍ୟତରେ ସୁଯୋଗ ପାଇବେ। ମୁଁ ସିଦ୍ଧରମୈୟାଙ୍କ କ୍ୟାବିନେଟ୍‌ଷର ଆରମ୍ଭରେ ମନ୍ତ୍ରୀ ପଦ ପାଇ ନ ଥିଲି, କିନ୍ତୁ ପରେ ମୁଁ ମନ୍ତ୍ରୀ ହୋଇଥିଲି। ସେହିପରି ଭବିଷ୍ୟତରେ ସମସ୍ତଙ୍କୁ ସୁଯୋଗ ପ୍ରଦାନ କରିବୁ।

ଦୁଇ ଜଣ କଂଗ୍ରେସ ବିଧାୟକ କ୍ୟାବିନେଟ୍‌ରେ ସ୍ଥାନ ନ ପାଇବାରୁ ହତାଶାରେ ଇସ୍ତଫା ଦେଇଥିଲେ। ସୂଚନା ଅନୁଯାୟୀ, ଇଣ୍ଡି ନିର୍ବାଚନମଣ୍ଡଳୀର ବିଧାୟକ ପାଟିଲ ବିଧାନସଭାରେ ଉପବାଚସ୍ପତି ରୁଦ୍ରପ୍ପା ଲାମାନୀଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଇସ୍ତଫା ଘୋଷଣା ପରେ, ତାଙ୍କ ସମର୍ଥକମାନେ ତାଙ୍କ ପ୍ରତି ଅନ୍ୟାୟ ହୋଇଥିବା ଅଭିଯୋଗ କରି ସ୍ଲୋଗାନ ଦେଇ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ ବିଧାୟକ ଯଶୱନ୍ତରାୟଗୌଡ଼ା ଭି. ପାଟିଲ ମଧ୍ୟ ଇସ୍ତଫା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଦାୟିତ୍ୱ ଗ୍ରହଣ କରିବାର ଦୁଇ ମାସ ପରେ ସୋମବାର ମନ୍ତ୍ରିମଣ୍ଡଳ ବିସ୍ତାର ହୋଇଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri