ଯାତ୍ରା ଦେଖି ଫେରୁଥିବା ବେଳେ ଝାମ୍ପି ନେଲେ ମୋବାଇଲ: ୨ ଗିରଫ

ରାଇରଙ୍ଗପୁର,୧୬।୩(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ କୁସୁମି ବ୍ଳକର ମୟୂଦର ପଞ୍ଚାୟତ ବାଲିଆଢିପା-ସୁଲାଇପାଟ ରାସ୍ତାରେ ୨ସାଙ୍ଗଙ୍କ ମୋବାଇଲ ଫୋନ ଲୁଟ୍‌ ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପଡ଼ୋଶୀ ଝାଡ଼ଖଣ୍ଡ ରାଜ୍ୟର ପଶ୍ଚିମ ସିଂହଭୂମି ଜିଲାର ମଝିଗାଁ ଅଞ୍ଚଳର ମହମ୍ମଦ ଅଶାଦୁଲ୍ଲା(୩୫) ଏବଂ ମହମ୍ମଦ ଫୈଜଲ(୪୧)। ପୋଲିସ ତାଙ୍କଠାରୁ ଚୋରି ହୋଇଥିବା ୨ଟି ମୋବାଇଲ ଫୋନ ସହ ଲୁଟ ଘଟଣାରେ ବ୍ୟବହୃତ ହୋଇଥିବା ବାଇକ୍‌ ଜବତ କରଛି।

ମିଳିଥିବା ସୂଚନା ମୁତାବକ, ବୁଧବାର ବାଦାମ ପାହାଡ଼ ଥାନା ଅଧୀନ ମୟୂରଦର ଗ୍ରାମର ଲାଲୁ ସୋରେନ ଏବଂ ପିଥ ମାଝୀ ଦୁଇ ସାଙ୍ଗ ବାଲିଆଢିପାକୁ ଯାତ୍ରା ଦେଖି ସୁଲାଇପାଟ ରାସ୍ତାରେ ସାଇକେଲ ଯୋଗେ ଫେରୁଥିଲେ। ସେତିକିବେଳେ ୨ଜଣ ଲୁଟେରା ଏକ ବାଇକ୍‌ରେ ଆସି ସେମାନଙ୍କଠାରୁ ମୋବାଇଲ ଫୋନ ଛଡ଼ାଇ ଫେରାର ହୋଇଯାଇଥିଲେ। ଏନେଇ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା (ନଂ.୬୦/୨୩) ରୁଜୁ କରିଥିଲା। ଗ୍ରାମାଞ୍ଚଳ ଥାନା ଅଧିକାରୀ ଘଟଣାର ତଦନ୍ତ କରିଥିଲେ। ଏପରିକି ପୋଲିସ ଟିମ୍‌ କୁସୁମି ଗ୍ରାମରେ ଜନୈକ ଘରେ ଚଢ଼ାଉ କରି ୨ଜଣ ଲୁଟେରାଙ୍କୁ ଗିରଫ କରିବା ସହ ଚୋରି ହୋଇଥିବା ମୋବାଇଲ ଜବତ କରିଥିଲା। ଗୁରୁବାର ଗିରଫ ଅଭିଯୁକ୍ତମାନଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?