୨ମାସ ବିତିଲା, ଘୋଷଣା ହୋଇନି ଅନୁଦାନ

ଖୋର୍ଦ୍ଧା ଅଫିସ,୫।୨: ରାଜ୍ୟର ଐତିହାସିକ ସ୍ଥଳ, ମନ୍ଦିର, ଶକ୍ତିପୀଠ ଆଦିର ଉନ୍ନତି ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବିଭିନ୍ନ ଐତିହ୍ୟ ସ୍ଥାନ ଓ ମନ୍ଦିର ପରିଦର୍ଶନ କରୁଛନ୍ତି। ଏହି କ୍ରମରେ ପାଣ୍ଡିଆନ ଗତ ନଭେମ୍ବର ୨୬ରେ ଖୋର୍ଦ୍ଧା ଗସ୍ତରେ ଆସି ବାଣପୁରସ୍ଥିତ ମା’ ଭଗବତୀ ଓ ଟାଙ୍ଗୀ ଭୂଷଣ୍ଡପୁରସ୍ଥିତ ଉଗ୍ରତାରା ପୀଠ ପରିଦର୍ଶନ କରିଥିଲେ। ଉଭୟ ମନ୍ଦିରର ଭିତ୍ତିଭୂମି ବିକାଶ, ଅତ୍ୟାଧୁନିକ ସେବା ଯୋଗାଇଦେବା ଲାଗି ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ ଲାଗି ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ପୂର୍ତ୍ତ ସଚିବ ମଧ୍ୟ ଭଗବତୀଙ୍କ ମନ୍ଦିର ପରିଦର୍ଶନ କରି ପ୍ରସ୍ତାବିତ ଉନ୍ନତୀକରଣ ଉପରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ତୁରନ୍ତ ପ୍ଲାନ୍‌ ଏଷ୍ଟିମେଟ୍‌ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଏହାକୁ ୨ ମାସ ବିତିଲାଣି। ଏଯାଏ ଉଭୟ ମନ୍ଦିରର ପାରିପାର୍ଶ୍ୱିକ ବିକାଶ ଲାଗି କୌଣସି ଘୋଷଣା କରାଯାଇନାହିଁ। ମୁଖ୍ୟମନ୍ତ୍ରୀ ଏହି ମନ୍ଦିରର ଉନ୍ନତୀକରଣ ଲାଗି ଅନୁଦାନ ଅର୍ଥ ଘୋଷଣା କରିବେ, ତାହାକୁ ଜିଲାବାସୀ ଅପେକ୍ଷା କରିଛନ୍ତି।
ଭଗବତୀ ମନ୍ଦିରର ଉନ୍ନତୀକରଣ ସମ୍ପର୍କରେ ଜିଲାପାଳ ଓ ସେବାୟତଙ୍କ ସହ ଆଲୋଚନା କରିଥିଲେ ୫-ଟି ସଚିବ। ପ୍ରମୁଖ ଉନ୍ନୟନ ପ୍ରକଳ୍ପଗୁଡିକ ମଧ୍ୟରେ ମନ୍ଦିର ଜମିର ସୀମା ନିର୍ଦ୍ଧାରଣ, ଜବରଦଖଲକାରୀଙ୍କୁ ଉଚ୍ଛେଦ, ମନ୍ଦିର ପଛପଟ ପ୍ରାଚୀର ସମ୍ପ୍ରସାରଣ, ବସ୍‌ଷ୍ଟାଣ୍ଡ ନିର୍ମାଣ ଓ ପାର୍କିଂ ବ୍ୟବସ୍ଥା, ଦୋଳବେଦି ଛକରୁ ଭଗବତୀ ମନ୍ଦିର ପର୍ଯ୍ୟନ୍ତ ମୁଖ୍ୟରାସ୍ତା ୧୦ ମିଟର ପ୍ରଶସ୍ତୀକରଣ, ଯାତ୍ରୀନିବାସ, କଲ୍ୟାଣମଣ୍ଡପ, ମୁଖ୍ୟ ମନ୍ଦିରର ପୁନରୁଦ୍ଧାର, ସର୍ବସାଧାରଣ ପ୍ରସାଦ ସେବନ ଗୃହ ନିର୍ମାଣ, ମନ୍ଦିର କାର୍ଯ୍ୟାଳୟ ନିଯୋଗୀ ବୈଠକ ଗୃହ ନିର୍ମାଣ ସହ ଐତିହାସିକ ଦକ୍ଷେଶ୍ୱର ମନ୍ଦିରର ପୁନରୁଦ୍ଧାର କରାଯିବ। ଏଥିସହିତ ମା’ ଉଗ୍ରତାରାଙ୍କ ପୀଠର ସୌନ୍ଦର୍ଯ୍ୟକରଣ ନିମନ୍ତେ ଜିଲାପାଳ, ମନ୍ଦିର ଟ୍ରଷ୍ଟ ସଦସ୍ୟ, ପୂଜକଙ୍କ ସହ ଆଲୋଚନା କରିଥିଲେ। ଜାତୀୟ ରାଜପଥଠାରୁ ମନ୍ଦିର ପର୍ଯ୍ୟନ୍ତ ଆଲୋକୀକରଣ, ଯାତ୍ରୀନିବାସ ଓ କଲ୍ୟାଣମଣ୍ଡପ, ସେବାୟତଙ୍କ ପାଇଁ ଗୃହ ନିର୍ମାଣ ଲାଗି ପ୍ରସ୍ତାବ ଦେଇଥିଲେ। ମନ୍ଦିରର ଉନ୍ନତି ପାଇଁ ଏକ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିବା ଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ୫-ଟି ସଚିବ।
ପ୍ରକାଶ ଯେ, ଭଗବତୀ ମନ୍ଦିର ହେଉଛି ପ୍ରାଚୀନ ଐତିହାସିକ ମନ୍ଦିର। ଏଥିସହିତ ଉଗ୍ରତାରା ପୀଠ ହେଉଛି ପ୍ରସିଦ୍ଧ ଶକ୍ତିପୀଠ। ଏହାର ପୁନରୁଦ୍ଧାର ଲାଗି ସ୍ଥାନୀୟ ଗ୍ରାମବାସୀ, ଜନପ୍ରତିନିଧି ସରକାରଙ୍କୁ ନିବେଦନ କରିଥିଲେ। ତଦନୁସାରେ ୫-ଟି ସଚିବ ବାଣପୁର ଓ ଭୂଷଣ୍ଡପୁର ଗସ୍ତରେ ଆସି ମା’ଙ୍କ ମନ୍ଦିର ପରିସର ବୁଲି ଦେଖିବା ସହ ସେବାୟତ, ଟ୍ରଷ୍ଟବୋର୍ଡ ଏବଂ ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ଖୁବ୍‌ଶୀଘ୍ର ସମସ୍ତ ପ୍ରସ୍ତାବିତ ପ୍ରକଳ୍ପ ଆରମ୍ଭ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହିତ ବାଣପୁର- ବାଲୁଗଁା ଟ୍ରାଫିକ ସମସ୍ୟା ଦୂର ଲାଗି ରାସ୍ତା ପ୍ରଶସ୍ତୀକରଣ ପାଇଁ ବିଭାଗ ଯନ୍ତ୍ରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ। ତେବେ ଏଯାବତ୍‌ ପ୍ରଶାସନ ପକ୍ଷରୁ ପ୍ରସ୍ତାବିତ ପ୍ରକଳ୍ପ ସମ୍ପର୍କରେ ରାଜ୍ୟ ସରକାରଙ୍କ ନିକଟରେ ଏଷ୍ଟିମେଟ ପ୍ଳାନ ପହଞ୍ଚିନଥିବା ଜଣାପଡିଛି। ଏନେଇ ଜିଲାପାଳ ଚକ୍ରବର୍ତ୍ତୀଙ୍କ ମୋବାଇଲ ନମ୍ବରକୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri