ନକଲି ଜମି ମାଲିକାଣୀଙ୍କ ସମେତ ଆଉ ୨ ଗିରଫ

ଭୁବନେଶ୍ୱର,୩୦।୯(ସତ୍ୟଜିତ୍‌ ରାଉତ): ଜାଲିଆତି କରି ଅନ୍ୟଜଣଙ୍କ ଜମିକୁ ବିକ୍ରି କରୁଥିବା ଏକ ର଼୍ୟାକେଟର ଆଉ ୨ଜଣଙ୍କୁ କମିଶନରେଟ୍‌ ପୋଲିସ୍‌ର ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌ ଗିରଫ କରିଛି। ସେମାନେ ହେଲେ ନକଲି ଜମି ମାଲିକାଣୀ କଟକ ଜଲା ଚୌଦ୍ୱାର ଥାନା ଅନ୍ତର୍ଗତ କପିଳେଶ୍ୱର ଅଞ୍ଚଳର ସୁଶୀଳା ପଟ୍ଟନାୟକ ଓ ଖଣ୍ଡଗିରି ଥାନା ଅନ୍ତର୍ଗତ ଘାଟିକିଆରେ ରହୁଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଞ୍ଚଳର ଅରୂପ କୁମାର ହାଲ୍‌ଦାର୍‌। ଉଭୟଙ୍କଠାରୁ ଜାଲ୍‌ ଦସ୍ତାବିଜ୍‌, ଷ୍ଟାମ୍ପ୍‌, ବ୍ୟାଙ୍କ ପାସ୍‌ବୁକ୍‌ ଆଦି ଜବତ କରାଯାଇଛି। ଅଭିଯୁକ୍ତଦ୍ୱୟଙ୍କୁ ଶୁକ୍ରବାର କୋର୍ଟଚାଲାଣ କରାଯିବା ପରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏହି ମାମଲାରେ ଗତ ସେପ୍ଟେମ୍ବର ୪ରେ ଖଣ୍ଡଗିରି ସବ୍‌-ରେଜିଷ୍ଟ୍ରାର୍‌ ଅଫିସ୍‌ର କିରାଣି ସଞ୍ଜୟ କୁମାର ଷଡ଼ଙ୍ଗୀଙ୍କ ସମେତ ୫ଜଣଙ୍କୁ ଗିରଫ କରାଯାଇଥିଲା। ତେବେ ଗିରଫ ସଂଖ୍ୟା ଏବେ ୭କୁ ବୃଦ୍ଧି ପାଇଥିବାବେଳେ ଏହି ର଼୍ୟାକେଟରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ପ୍ରୟାସ ଜାରି ରହିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
ଅଭିଯୁକ୍ତମାନେ ୨୦୧୯ରେ ଚନ୍ଦକା ପାଇକରପୁର ମୌଜାରେ ଥିବା ଗଞ୍ଜାମର ସଂଯୁକ୍ତା ପାଣିଗ୍ରାହୀଙ୍କ ଜମିକୁ ତାଙ୍କ ଅଜାଣତରେ ଜାଲ୍‌ କାଗଜପତ୍ର ମାଧ୍ୟମରେ ୨ଜଣ ମହିଳାଙ୍କୁ ୬୦ ଲକ୍ଷ ଟଙ୍କାରେ ବିକ୍ରି କରି ଟଙ୍କାକୁ ବାଣ୍ଟି ନେଇଥିଲେ। ଏନେଇ ଜମି ମାଲିକ ସଂଯୁକ୍ତା ଭୁବନେଶ୍ୱର ଜେଏମ୍‌ଏଫ୍‌ସି କୋର୍ଟରେ ଅଭିଯୋଗ କରିବାରୁ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଚନ୍ଦକା ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ତଦନ୍ତ ସମୟରେ ଏହାଏକ ବଡ଼ଧରଣର ଜମି ଠକେଇ ର଼୍ୟାକେଟ ହୋଇଥିବାବେଳେ ଏଥିରେ ଏକାଧିକ ବ୍ୟକ୍ତିଙ୍କ ସଂପୃକ୍ତି ରହିଥିବା ଜଣାପଡିଥିଲା। ଏହାପରେ ଏହି ମାମଲାର ତଦନ୍ତ ଭାର ସ୍ପେଶାଲ କ୍ରାଇମ ୟୁନିଟ୍‌ ନେବା ସହ ଏକ ମାମଲା (ନଂ.୭/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଅଭିଯୁକ୍ତମାନେ ଜାଲ୍‌ କାଗଜପତ୍ର ପ୍ରସ୍ତୁତ କରି ସୁଶୀଳାଙ୍କୁ ସଞ୍ଜୁକ୍ତା ଦର୍ଶାଇ ପୁଷ୍ପଲତା ସ୍ବାଇଁ ଏବଂ କମଳା ସ୍ବାଇଁଙ୍କୁ ବିକ୍ରି କରି ଦେଇଥିଲେ। ପୁଷ୍ପଲତାଙ୍କ ସ୍ବାମୀ ଚିନ୍ମୟ ଜାଗା ଦଖଲ କରିବାକୁ ଯିବାବେଳେ ଠକେଇ ଘଟଣା ପଦାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri