ଆଉ ୨ ଦିନ ଥରାଇବ ଶୀତ

ଭୁବନେଶ୍ୱର,୮।୧(ବ୍ୟୁରୋ): ସଞ୍ଜ ନଇଁଲେ ମାଡ଼ିଆସୁଛି କାଠୁଆ ଜାଡ଼। ଗାଁଗଣ୍ଡା, ରାସ୍ତାଘାଟ ଶୂନ୍‌ଶାନ ହୋଇଯାଉଛି। ଗତ ଦୁଇଦିନ ହେବ ପ୍ରବଳ ଶୀତରେ ସାରା ରାଜ୍ୟ ଥରୁଛି। ଉତ୍ତର-ପୂର୍ବ ଦିଗରୁ ପ୍ରବାହିତ ବାୟୁ ପରିବେଶକୁ ଆହୁରି କାଲୁଆ କରିଦେଇଛି। ଡିସେମ୍ବରରେ ଶୀତ ଗାଏବ ହୋଇଗଲା। ୧୨୨ ବର୍ଷର ଉତ୍ତପ୍ତ ମାସରେ ପରିଣତ ହେଲା। ସ୍ବାଭାବିକଠାରୁ ୧ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧିପାଇଲା। ତେବେ ଗତ ଦୁଇଦିନ ହେବ ଅଚାନକ ପ୍ରବଳ ଶୀତ ସମଗ୍ର ରାଜ୍ୟକୁ କବଳିତ କରିଛି। ମଣିଷଠାରୁ ଆରମ୍ଭ କରି ଜୀବଜନ୍ତୁ ଶୀତ ପ୍ରକୋପରେ ଅସ୍ତବ୍ୟସ୍ତ ହୋଇଛନ୍ତି। ଆକାଶ ମେଘମୁକ୍ତ ରହିବା ସହ ଉତ୍ତର-ପୂର୍ବ ଦିଗରୁ ଶୁଷ୍କ ଥଣ୍ଡାବାୟୁ ରାଜ୍ୟକୁ ପ୍ରବାହିତ ହେଉଛି। ଫଳରେ ସାରା ରାଜ୍ୟରେ ଶୀତର ପ୍ରକୋପ ବଢ଼ିଯାଇଛି। ଆହୁରି ଦୁଇ ଦିନ ରାଜ୍ୟର ଅଧିକାଂଶ ଜିଲାରେ ଶୀତଲହରି ପ୍ରବାହିତ ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ରାତିର ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ତଳକୁ ଖସିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୋଳ ଓ ଢେଙ୍କାନାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଶୀତ ଲହରି ଅନୁଭୂତ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ପ୍ରବଳ ଜାଡ଼ ଯୋଗୁ ଜ୍ୱର, ଥଣ୍ଡା, କାଶ, ନାକରୁ ପାଣି ବାହାରିବା, ଛିଙ୍କ ପ୍ରଭୃତି ହେବାର ସମ୍ଭାବନା ରହିଛି। ବୟସ୍କ ଓ ଛୋଟ ପିଲାଙ୍କ ପ୍ରତି ବିଶେଷ ଧ୍ୟାନ ଦେବା ସହ ଯଥାସମ୍ଭବ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଶନିବାର ରାଜ୍ୟର ୧୭ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୫.୬ ଏବଂ କଟକରେ ସର୍ବାଧିକ ୧୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri