ଆଉ ୨ ଦିନ ଥରାଇବ ଶୀତ

ଭୁବନେଶ୍ୱର,୮।୧(ବ୍ୟୁରୋ): ସଞ୍ଜ ନଇଁଲେ ମାଡ଼ିଆସୁଛି କାଠୁଆ ଜାଡ଼। ଗାଁଗଣ୍ଡା, ରାସ୍ତାଘାଟ ଶୂନ୍‌ଶାନ ହୋଇଯାଉଛି। ଗତ ଦୁଇଦିନ ହେବ ପ୍ରବଳ ଶୀତରେ ସାରା ରାଜ୍ୟ ଥରୁଛି। ଉତ୍ତର-ପୂର୍ବ ଦିଗରୁ ପ୍ରବାହିତ ବାୟୁ ପରିବେଶକୁ ଆହୁରି କାଲୁଆ କରିଦେଇଛି। ଡିସେମ୍ବରରେ ଶୀତ ଗାଏବ ହୋଇଗଲା। ୧୨୨ ବର୍ଷର ଉତ୍ତପ୍ତ ମାସରେ ପରିଣତ ହେଲା। ସ୍ବାଭାବିକଠାରୁ ୧ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧିପାଇଲା। ତେବେ ଗତ ଦୁଇଦିନ ହେବ ଅଚାନକ ପ୍ରବଳ ଶୀତ ସମଗ୍ର ରାଜ୍ୟକୁ କବଳିତ କରିଛି। ମଣିଷଠାରୁ ଆରମ୍ଭ କରି ଜୀବଜନ୍ତୁ ଶୀତ ପ୍ରକୋପରେ ଅସ୍ତବ୍ୟସ୍ତ ହୋଇଛନ୍ତି। ଆକାଶ ମେଘମୁକ୍ତ ରହିବା ସହ ଉତ୍ତର-ପୂର୍ବ ଦିଗରୁ ଶୁଷ୍କ ଥଣ୍ଡାବାୟୁ ରାଜ୍ୟକୁ ପ୍ରବାହିତ ହେଉଛି। ଫଳରେ ସାରା ରାଜ୍ୟରେ ଶୀତର ପ୍ରକୋପ ବଢ଼ିଯାଇଛି। ଆହୁରି ଦୁଇ ଦିନ ରାଜ୍ୟର ଅଧିକାଂଶ ଜିଲାରେ ଶୀତଲହରି ପ୍ରବାହିତ ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ରାତିର ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ତଳକୁ ଖସିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୋଳ ଓ ଢେଙ୍କାନାଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଶୀତ ଲହରି ଅନୁଭୂତ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ପ୍ରବଳ ଜାଡ଼ ଯୋଗୁ ଜ୍ୱର, ଥଣ୍ଡା, କାଶ, ନାକରୁ ପାଣି ବାହାରିବା, ଛିଙ୍କ ପ୍ରଭୃତି ହେବାର ସମ୍ଭାବନା ରହିଛି। ବୟସ୍କ ଓ ଛୋଟ ପିଲାଙ୍କ ପ୍ରତି ବିଶେଷ ଧ୍ୟାନ ଦେବା ସହ ଯଥାସମ୍ଭବ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଶନିବାର ରାଜ୍ୟର ୧୭ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୫.୬ ଏବଂ କଟକରେ ସର୍ବାଧିକ ୧୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri