ର଼୍ୟାକେଟ୍‌ର ଆଉ ୨ ସଦସ୍ୟ ଗିରଫ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଜାଲ୍‌ ଦସ୍ତାବିଜ ଜରିଆରେ ଜମି ଠକେଇ ଘଟଣାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅଧିକ ତଦନ୍ତ ଜାରି ରଖିଛି। ଏହି ର଼୍ୟାକେଟ୍‌ରେ ସମ୍ପୃକ୍ତ ଆଉ ୨ ଜଣଙ୍କୁ ମଙ୍ଗଳବାର ଇଓଡବ୍ଲ୍ୟୁ ଗିରଫ କରିଛି। ସେମାନେ ହେଲେ ଗାୟତ୍ରୀ ମଲ୍ଲିକ ଓ କୃଷ୍ଣଚନ୍ଦ୍ର ବେହେରା। ଉଭୟଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଦ୍ୱୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଏହି ମାମଲାରେ ପୂର୍ବରୁ ର଼୍ୟାକେଟର ମାଷ୍ଟରମାଇଣ୍ଡ୍‌ ଅନ୍ତର୍ଯ୍ୟାମୀ ସେନାପତି, ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଅବସରପ୍ରାପ୍ତ କର୍ମଚାରୀ ହଳଧର ଦାସଙ୍କ ସମେତ ୫ଜଣ ଗିରଫ ହୋଇ ଜେଲରେ ସଜା କାଟୁଛନ୍ତି। ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ଇଓଡବ୍ଲ୍ୟୁ ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ନଶଡ଼ିପୁର ଗ୍ରାମର ଲିପିକା ଦାସଙ୍କ ଭୁବନେଶ୍ୱର ମଳିପଡ଼ା ମୌଜାସ୍ଥିତ ବସନ୍ତ ବିହାରରେ ଥିବା ୨ହଜାର ବର୍ଗଫୁଟ୍‌ର ଏକ ଜମିର ଜାଲ ଦସ୍ତାବିଜ୍‌ ତିଆରି କରି ଅଭିଯୁକ୍ତମାନେ ବିକ୍ରି କରିଥିଲେ। ଏନେଇ ସେ ଅଭିଯୋଗ କରିବା ପରେ ଇଓଡବ୍ଲ୍ୟୁ ଫେବୃୟାରୀ ୨୧ରେ ଏକ ମାମଲା (ନଂ. ୭/୨୦୨୩) ରୁଜୁ କରି ତଦନ୍ତ କରିଥିଲା। ତଦନ୍ତ ବେଳେ ଅଭିଯୁକ୍ତମାନଙ୍କ ଜମି ଠକେଇ ଘଟଣା ଗୋଟିଏ ପରେ ଗୋଟିଏ ପଦାକୁ ଆସିଥିଲା। ସେହିପରି କଟକ ଜିଲା ଗୋବିନ୍ଦପୁର ଅଞ୍ଚଳର ସତ୍ୟଭାମା ଦାସଙ୍କ ଖୋର୍ଦ୍ଧା ଚନ୍ଦକା ନିକଟସ୍ଥ ମାଲିପଦି ମୌଜାରେ ଥିବା ୪ଟି ପ୍ଲଟକୁ ମଧ୍ୟ ଅଭିଯୁକ୍ତମାନେ ବିକ୍ରି କରିଦେଇଥିଲେ। ଏଥିରେ ଅଭିଯୁକ୍ତ ଗାୟତ୍ରୀ ମିଛ ମାଲିକ ବନିଥିଲେ। ଅଭିଯୁକ୍ତମାନେ ରାଜଧାନୀର ଉପକଣ୍ଠରେ ଥିବା ଜମିକୁ ନିଜ ନାମରେ କରି ଅନ୍ୟମାନଙ୍କୁ ବିକ୍ରି କରିଦିଅନ୍ତି। ଦୂର ସ୍ଥାନରେ ରହୁଥିବା ମାଲିକମାନଙ୍କ ଜମିକୁ ହିଁ ସେମାନେ ଟାର୍ଗେଟ କରୁଥିଲେ। ଜମି ବିକ୍ରିରୁ ମିଳୁଥିବା ବିପୁଳ ଟଙ୍କାକୁ ଅଭିଯୁକ୍ତମାନେ ନିଜ ନିଜ ମଧ୍ୟରେ ବାଣ୍ଟି ନିଅନ୍ତି ବୋଲି ତଦନ୍ତ ବେଳେ ଜଣାପଡ଼ିଥିଲା। ଇତିମଧ୍ୟରେ ଅଭିଯୁକ୍ତମାନେ କରିଥିବା ୮ରୁ ଜମି ଠକେଇ ଘଟଣା ଇଓଡବ୍ଲ୍ୟୁ ନଜରକୁ ଆସିଛି। ଏହି ଠକେଇ ଘଟଣା ଆଗକୁ ବଢ଼ିବା ନେଇ ଇଓଡବ୍ଲ୍ୟୁ ଆଶଙ୍କା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri