ବଢ଼ିଲା ଉଦ୍ଧବଙ୍କ ଟେନ୍‌ସନ୍‌, ମୁଖ୍ୟମନ୍ତ୍ରୀଙ୍କ ସଂପର୍କରେ ଦୁଇ ଏମ୍‌ପି

ମୁମ଼୍ବାଇ, ୮/୬: ୨୦୨୪ ଲୋକସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ଶିବସେନା ଉଦ୍ଧବ ଗୋଷ୍ଠୀଙ୍କ ଚିନ୍ତା ଏବେ ବଢ଼ିବାରେ ଲାଗିଛି । ୨୦୧୯ ଅପେକ୍ଷା ଚଳିତ ନିର୍ବାଚନରେ ଭଲ ପ୍ରଦର୍ଶନ ନକରନପାରି ଦଳ ୯ଟି ଆସନ ଜିତିବାକୁ ସକ୍ଷମ ହୋଇଛି। ହେଲେ ଏହି ୯ ଏମ୍‌ପିଙ୍କ ମଧ୍ୟରୁ ଦୁଇଜଣ ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସହିତ ସଂପର୍କରେ ରହିଥିବା ଜଣାପଡ଼ିଛି । ସେମାନେ ଏନ୍‌ଡିଏରେ ସାମିଲ ହେବା ନେଇ ଇଚ୍ଛା କରିଥିବା ଶିବସେନା ଶିନ୍ଦେ ଗୋଷ୍ଠୀ ଦାବି କରିଛି। ଶିନ୍ଦେ ଗୋଷ୍ଠୀର ନେତା ତଥା ନୂବ ନିର୍ବାଚିତ ଏମ୍‌ପି ନରେଶ ମହସ୍କ ଏନେଇ କହିଛନ୍ତି ଯେ ଏହି ଦୁଇ ଏମ୍‌ପିଙ୍କ ବ୍ୟତୀତ ଲାଇନ୍‌ରେ ଆଉ ୪ଜଣ ସାଂସଦ ରହିଛନ୍ତି।

ଅନ୍ୟପଟେ ଶୁକ୍ରବାର ବିଧାନସଭା ନିର୍ବାଚନ ପୂର୍ବରୁ ଶିନ୍ଦେ ଗୋଷ୍ଠୀର କିଛି ବିଧାୟକ ଦଳ ବଦଳ କରିବାକୁ ଯୋଜନା କରୁଥିବା ଜଣାପଡ଼ିଥିଲା। ସୂତ୍ର ଅନୁସାରେ ୬ ବିଧାୟକ ଉଦ୍ଧବ ଠାକ୍‌ରେଙ୍କ ସଂପର୍କରେ ରହିଥିବା ବେଳେ ଏମାନେ ଉଦ୍ଧବ ଗୋଷ୍ଠୀରେ ସାମିଲ୍‌ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ସୂଚନା ଥାଉକି, ଉଦ୍ଧବ ଶିବସେନାର ମୁଖ୍ୟ ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ରଣନୀତି ବଦଳାଉଥିବା ଦେଖିବାକୁ ମିଳିଥିଲା। ଦିଲ୍ଲୀରେ ବସିଥିବା ଇଣ୍ଡିଆ ମେଣ୍ଟର ବୈଠକରେ ଉଦ୍ଧବ ସାମିଲ୍‌ ହୋଇନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri