୨ ହତ୍ୟା ଅଭିଯୁକ୍ତଙ୍କୁ ୭ ବର୍ଷ ଲେଖାଏ ଜେଲ୍‌

ବ୍ରହ୍ମପୁର,୬ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରା ଜଜ୍‌ ରୂପଶ୍ରୀ ଚୌଧୁରୀ ଏକ ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ସମସ୍ତ ପ୍ରମାଣକୁ ଆଧାର କରି ଦୁଇ ଜଣଙ୍କୁ ସେ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ବାଇଗଣବାଢ଼ି ଗ୍ରାମର ବସନ୍ତ ଦାସ(୩୨) ଓ ପଦରବାଲି ଛଳର ମେଳା ଦାସ (୬୦)। ଜଜ୍‌ ଉଭୟ ଅଭିଯୁକ୍ତଙ୍କୁ ପ୍ରତ୍ୟେକ ୭ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ପ୍ରତ୍ୟେକ ୧୦ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନଦେୟ ଅତିରିକ୍ତ ୧ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ଜଜ୍‌ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ପବ୍ଲିକ ପ୍ରସିକ୍ୟୁଟର ତ୍ରିଲୋଚନ ପରିଡ଼ା ସୂଚନା ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୨୩ ଫେବୃଆରୀରେ ବାଘଝରି ଗ୍ରାମର ଭୁବନ ଗୌଡ଼ ତାଙ୍କର ହଜି ଯାଇଥିବା ଗୋରୁ ଖୋଜିବା ପାଇଁ ଯାଇଥିଲେ। ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ କୁମ୍ଭଝରି ଗ୍ରାମକୁ ଭୁବନ ଯାଇଥିବା ବେଳେ ସେଠାରେ ବସନ୍ତ ଦାସ ଓ ମେଳା ଦାସତାଙ୍କ ସହ ଝଗଡ଼ା କରିଥିଲେ। ସେ ଏହାର ପ୍ରତିବାଦ କରିଥିଲେ। ଭୁବନଙ୍କ ବେକକୁ ବସନ୍ତ ହାତରେ ଏକ ଶକ୍ତ ଧକ୍କା ମାରିଥିଲେ। ଯାହାଫଳରେ ସେ ତଳେ ପଡ଼ି ଅଚେତ ହୋଇଯାଇଥିଲେ। ପରେ ମେଳା ଦାସ ରାସ୍ତାରେ ପଡ଼ିଥିବା ଏକ ଇଟା ଭୁବନଙ୍କ ଛାତି ଉପରେ ମଧ୍ୟ ମାରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍‌କେସିଜି ଓ ପରେ ବିଶାଖାପାଟଣା ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ୫୪/୨୩ରେ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମଙ୍ଗଳବାର ସାକ୍ଷୀମାନଙ୍କ ବୟାନକୁ ଆଧାର କରି ପ୍ରମାଣ ମିଳିଥିବାରୁ ଜଜ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?