ଗଡୁଛି ମୁଣ୍ଡ ଉପରେ ମୁଣ୍ଡ : ସପ୍ତାହକରେ ୨ ହତ୍ୟା

ପୁରୁଷୋତ୍ତମପୁର,୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳ ଦିନକୁ ଦିନ ଅଶାନ୍ତ ହେବାରେ ଲାଗିଥିବା ବେଳେ ମୁଣ୍ଡ ପରେ ମୁଣ୍ଡ ଗଡ଼ି ଚାଲିଛି। ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚଙ୍କ ଦେଢ଼ଶୁରଙ୍କୁ ହତ୍ୟା କରାଯିବାର ସପ୍ତାହେ ନ ପୂରୁଣୁ ପୁଣି ଶୁକ୍ରବାର ରାତିରେ ପାଣ୍ଡିଆ ଗ୍ରାମରେ ଘରେ ପଶି ଶୋଇଥିବା ଅବସ୍ଥାରେ ଜଣେ ଯୁବକଙ୍କୁ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ପାଣ୍ଡିଆ ଗ୍ରାମ ପନ୍ଦରା ସାହିର ମୁନା ଓରଫ ମୁରଲୀ ବାଡ଼ତ୍ୟା (୨୫)।

ରାତିରେ ମୁରଲୀ ଏବଂ ତାଙ୍କ ବାପା ବାବୁଲା ବାଡ଼ତ୍ୟା ସବୁଦିନ ଭଳି ଖାଇ ଘରେ ଶୋଇଥିଲେ। ଗରମ ହେବାରୁ ବାବୁଲା ଘର ବାରଣ୍ଡାରେ ଶୋଇଥିବା ବେଳେ ମୁରଲୀ କବାଟ ଖୋଲାରଖି ଶୋଇଥିଲେ। ସେତିକିବେଳେ କେହି ଜଣେ ଘରେ ପଶି ମୁରଲୀଙ୍କ ମୁଣ୍ଡକୁ ହାଣି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ବାବୁଲାଙ୍କ ନିଦ ଭାଙ୍ଗିବା ପରେ ସେ ପାଣି ପିଇବା ଲାଗି ଘର ଭିତରକୁ ଯିବାବେଳେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୁଅ ପଡିଥିବା ଦେଖି ସାହିପଡିଶା ଲୋକଙ୍କୁ ଡାକିଥିଲେ। ପରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ହିଞ୍ଜିଳି ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ, ଆଇଆଇସି ବିପିନ ବିହାରୀ ହୋତା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଅନ୍ୟପକ୍ଷେ ପୁରୁଷୋତ୍ତମପୁର ପୋଲିସ ହିଞ୍ଜିଳି ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ମୃତଦେହ ଜବତ କରିଛି।

ମୁରଲୀଙ୍କୁ କିଏ ଓ କାହିଁକି ହତ୍ୟା କଲା ତାହା ଗ୍ରାମରେ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ପାଣ୍ଡିଆ ଗ୍ରାମରେ ଦଣ୍ଡନାଚ ହେଉଥିଲା। ପୁରୁଷୋତ୍ତମପୁରର କିଛି ଯୁବକ ନାଚ ଦେଖିବାକୁ ଯାଇ ସେଠାରେ ବିଶୃଙ୍ଖଳା କରିଥିଲେ। ଫଳରେ ଏହାକୁ ବାରଣ କରିବାକୁ ନେଇ ପାଣ୍ଡିଆ ଗ୍ରାମର କିଛି ଲୋକଙ୍କ ସହ ପୁରୁଷୋତ୍ତମପୁରର କେତେକ ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପ୍ରତିଶୋଧ ପରାୟଣ ହୋଇ ପୁରୁଷୋତ୍ତମପୁର ଯୁବକମାନେ ଏଭଳି କାଣ୍ଡ ଘଟାଇଥାଇ ପାରନ୍ତି ବୋଲି ଗ୍ରାମବାସୀ ସନ୍ଦେହ କରୁଛନ୍ତି। ପୋଲିସ ତଦନ୍ତ ପରେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିବ।

 


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri