Posted inଜାତୀୟ

ନୂପୁରଙ୍କୁ ସମର୍ଥନ କରିବାରୁ ମୁଣ୍ଡକାଟ

ଜୟପୁର,୨୯ା୬: ରାଜସ୍ଥାନର ଉଦୟପୁରରେ ଏକ ବୀଭତ୍ସ ଘଟଣା ଘଟିଛି। ଭାଜପାର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ସମର୍ଥନ କରିବାରୁ ଧାନମଣ୍ଡି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଜଣେ ଦରଜିଙ୍କୁ ମୁଣ୍ଡ କାଟି ହତ୍ୟା କରାଯାଇଛି। ସଂଖ୍ୟାଲଘୁ ସମୁଦାୟର ଜଣେ ବ୍ୟକ୍ତି ଧାରୁଆ ଅସ୍ତ୍ରରେ ଟେଲର କହ୍ନେୟା ଲାଲ ତେଲିଙ୍କ ଦୋକାନକୁ ଯାଇ ତାଙ୍କ ଶିରଚ୍ଛେଦ କରିଥିବାବେଳେ ଅଭିଯୁକ୍ତଙ୍କ ସହଯୋଗୀ ମୋବାଇଲରେ ଅପରାଧ ବେଳର ଦୃଶ୍ୟ ରେକର୍ଡ କରିଛନ୍ତି। ଅଭିଯୁକ୍ତ ଦ୍ୱୟ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ନିଜ ଅପରାଧ ସ୍ବୀକାର କରିଛନ୍ତି। ଏହି ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି। ପ୍ରତିବାଦରେ ଦୋକାନ ବଜାରଗୁଡ଼ିକୁ ବନ୍ଦ କରିଦିଆଯାଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହାର ନିନ୍ଦା କରିବା ସହ ଅପରାଧରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ସମସ୍ତ ପକ୍ଷଙ୍କୁ ଶାନ୍ତି ବଜାୟ ରଖିବାକୁ ଅନୁରୋଧ କରିଛନ୍ତି। ଇତିମଧ୍ୟରେ ଅଭିଯୁକ୍ତ ଗୋସ୍‌ ମହମ୍ମଦ ଏବଂ ରିୟାଜଙ୍କୁ ଗିରଫ କରିଛି।
ଭାଜପାର ପୂର୍ବତନ ରାଷ୍ଟ୍ରୀୟ ମୁଖପାତ୍ର ନୂପୁର ଶର୍ମା ପ୍ରଫେଟ୍‌ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଦଳରୁ ବିଦା ହୋଇଛନ୍ତି। ତାଙ୍କ ମନ୍ତବ୍ୟ ଯୋଗୁ ଦେଶର ବିଭିନ୍ନ ଭାଗରେ ମୁଣ୍ଡ ଟେକିଥିବା ଆନ୍ଦୋଳନ ନ ଥମୁଣୁ ଆଉ ଏକ ଅଭାବନୀୟ ଘଟଣା ଘଟିଛି। ଉଦୟପୁରସ୍ଥିତ ଧାନମଣ୍ଡିସ୍ଥିତ ଭୂତମହଲରେ ୪୦ ବର୍ଷୀୟ ଟେଲର କହ୍ନେୟା ଲାଲ ତେଲି ଏକ ଦୋକାନ କରିଥିଲେ। କହ୍ନେୟାଙ୍କ ୮ ବର୍ଷର ପୁଅ ନୂପୁରଙ୍କୁ ସମର୍ଥନ କରି ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ। ଏହାକୁ ନେଇ କିଛିଦିନ ହେଲା କହ୍ନେୟାଙ୍କୁ ଧମକ ଦିଆଯାଉଥିଲା। ସେ ଏନେଇ ଥାନାରେ ଏତଲା ଦେଇଥିଲେ। ମଙ୍ଗଳବାର ଅପରାହ୍ନରେ କହ୍ନେୟା ନିଜ ଦୋକାନରେ ସିଲେଇ କରୁଥିବାବେଳେ ଦୁଇଜଣ ଦୁର୍ବୃତ୍ତ ସେଠାକୁ ଯାଇ ସ୍ପଷ୍ଟ ଦିବାଲୋକରେ ତାଙ୍କ ତଣ୍ଟି କାଟିଦେଇଥିଲେ। ରକ୍ତ ଜୁଡ଼ୁବୁଡ଼ୁ କହ୍ନେୟା ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ। ଜଣେ ଧାରୁଆ ଅସ୍ତ୍ରରେ ତଣ୍ଟି କାଟୁଥିବାବେଳେ ଅନ୍ୟ ଜଣେ ଏହି ଦୃଶ୍ୟକୁ ମୋବାଇଲରେ କଏଦ୍‌ କରିଥିଲେ। କହ୍ନେୟାଙ୍କୁ ହତ୍ୟା କରିବା ପରେ ଉଭୟେ ସେଠାରୁ ଫେରାର ହୋଇଯାଇଥିଲେ। ପରେ ଉକ୍ତ ଭିଡିଓ ଫୁଟେଜ୍‌କୁ ଦୁହେଁ ସୋସିଆଲ ମିଡିଆରେ ପୋଷ୍ଟ କରି କହ୍ନେୟାଙ୍କୁ ହତ୍ୟା କରିଥିବା ବିଷୟ ସ୍ବୀକାର କରିଥିଲେ। ଏହି ଭିଡିଓ ବହୁଳ ପ୍ରସାରିତ ହୋଇଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି, ସାମାଜିକ ଗଣମାଧ୍ୟମରେ ଏହି ଭିଡିଓ ପୋଷ୍ଟ କରି ବାତାବରଣ ଖରାପ କରିବାକୁ ଉଦ୍ୟମ ଚାଲିଛି। ଏହାକୁ କେହି ଶେୟାର କରନ୍ତୁ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଏହାକୁ କାହିଁକି ନିନ୍ଦା କରୁନାହାନ୍ତି ବୋଲି ଗେହଲଟ ପ୍ରଶ୍ନ କରିଛନ୍ତି। ଇତିମଧ୍ୟରେ ରାଜସ୍ଥାନ ବିଧାନସଭାର ବିରୋଧୀ ଦଳ ନେତା ଗୁଲାବ ଚନ୍ଦ କଟାରିଆ ମୁଖ୍ୟମନ୍ତ୍ରୀଙ୍କ ସହ ଏନେଇ ଆଲୋଚନା କରିଛନ୍ତି। ପୀଡ଼ିତଙ୍କ ପରିବାରକୁ ସହାୟତା ଦିଆଯିବ। ଜଣେ ବ୍ୟକ୍ତିଙ୍କ ଯୋଗୁ ଏହି ଘଟଣା ଘଟିଛି। ଏଥିରେ କେତେକ ସଙ୍ଗଠନର ଭୂମିକା ଥାଇପାରେ। ପ୍ରଶାସନିକ ବିଫଳତା ଯୋଗୁ ଏପରି ଘଟିଛି ବୋଲି କଟାରିଆ କହିଛନ୍ତି। ପୋଲିସ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କୁ ଚିହ୍ନଟ କରିଥିତ୍ବା କହିଛି। ଜିଲାରେ କର୍ଫ୍ୟୁ ଜାରି ସହ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଛି। ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri