ନିର୍ଯାତନାର ଶିକାର ହୋଇଥିଲେ ୨ ବିବସ୍ତ୍ର ମହିଳା

ସୁନ୍ଦରଗଡ,୮ା୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ ସହର ଉପକଣ୍ଠ ଇବ୍‌ ନଦୀ ପୋଲ ଉପରେ ଶୁକ୍ରବାର ଉଲଗ୍ନ ହୋଇ ଚାଲି ଚାଲି ଯାଉଥିବା ୨ ଆଦିବାସୀ ମହିଳା ଉଦ୍ଧାର ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସ୍ଥାନୀୟ ବିଧାୟିକା କୁସୁମ ଟେଟେ ୨ ମହିଳାଙ୍କୁ ଏଭଳି ଅବସ୍ଥାରେ ଦେଖି ସଦର ଥାନା ପୋଲିସ ସହାୟତାରେ ଉଦ୍ଧାର କରି ଜିଲା ଆସ୍ଥା ଗୃହକୁ ପଠାଇଥିଲେ। ସେମାନଙ୍କ ମାନସିକ ସ୍ଥିତି ଠିକ ନ ଥିବା ବେଳେ ଆସ୍ଥା ଗୃହ ଅଧିକାରୀ ସ୍ନେହଲତା ପଟେଲଙ୍କ ତତ୍ତ୍ୱାବଧାନରେ ସେମାନଙ୍କୁ ପଚରା ଉଚରା କରାଯାଇଥିଲା। ସେମାନେ ଉଭୟ ଶାରୀରିକ ଓ ମାନସିକ ନିର୍ଯାତନାର ଶିକାର ହୋଇଥିବା ଜଣାପଡ଼ିଛି। ଓଡିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ ଖଇରମୁଣ୍ଡାରେ ଉଭୟଙ୍କ ଘର। ସେମାନେ ହେଉଛନ୍ତି ମା’ ଓ ଝିଅ। ସୂଚନାଯୋଗ୍ୟ, ମହିଳା ଜଣଙ୍କ ଖଇରମୁଣ୍ଡାରେ ବିବାହ କରିଥିଲେ। ହେଲେ ସେ ନିଜ ଦିଅରଙ୍କ ଦ୍ବାରା ଯୌନନିର୍ଯାତନାର ଶିକାର ହୋଇଆସୁଥିଲେ। ଏପରିକି ଏହାକୁ ପ୍ରତିବାଦ କରିବାରୁ ତାଙ୍କୁ ଶାରୀରିକ ନିର୍ଯାତନା ମଧ୍ୟ ମିଳୁଥିଲା। ସେହିପରି ତାଙ୍କ ୨୪ବର୍ଷୀୟା ଝିଅ ୪-୫ବର୍ଷ ହେବ ମୁମ୍ବାଇରେ କାମ କରୁଥିଲେ। ପ୍ରତ୍ୟକ୍ଷ ଦର୍ଶୀଙ୍କ କହିବା ଅନୁଯାୟୀ, ପ୍ରଥମେ ସେମାନେ ସାୟା ପିନ୍ଧି ଚାଲୁଥିଲେ। ହେଲେ ସରକାରୀ କଲେଜ ପାଖାପାଖି ଶରୀରରୁ ସାୟା ଖୋଲି ଚାଲି ଚାଲି ଯାଉଥିଲେ। ଏହା ଦେଖି ବିଧାୟିକା କୁସୁମ ସେମାନଙ୍କୁ ଉଦ୍ଧାର କରି କପଡା ପରିଧାନ ପାଇଁ ଦେଇଥିଲେ। ଝିଅଟି ବର୍ତ୍ତମାନ ପର୍ଯ୍ୟନ୍ତ ପାଟି ଖୋଲି ନାହାନ୍ତି। ସେମାନେ ରାସ୍ତାରେ ଦୁଷ୍କର୍ମର ଶିକାର ହୋଇଥାଇପାରନ୍ତି ବୋଲି ଆସ୍ଥା ଗୃହ ଅଧିକାରୀ ସ୍ନେହଲତା ପଟେଲ ଆଶଙ୍କା ପ୍ରକାଶ କରିଛନ୍ତି। ସ୍ବାଭାବିକ ସ୍ଥିତିକୁ ସେମାନେ ଆସିଲା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ସ୍ନେହଲତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri