ବରଗଡ଼ରୁ ପୁଣି ୨କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ରେ ପହଞ୍ଚିଲା

ବରଗଡ଼ ଅଫିସ,୪।୭: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହି କ୍ରମରେ ଶନିବାର ଜିଲାରେ ପୁଣି ୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଅତାବିରା ବ୍ଲକ ଅନ୍ତର୍ଗତ କୁଲୁଣ୍ଡା ଗ୍ରାମର ହୋଇଥିବାବେଳେ ଅନ୍ୟଜଣେ ପାଇକମାଲ ଅଞ୍ଚଳର। କୁଲୁଣ୍ଡା ଗ୍ରାମର ଆକ୍ରାନ୍ତ ଜଣକ ଏମ୍ସ ହସ୍ପିଟାଲରେ ଚିକିତ୍ସାଧିନ ଥିବାବେଳେ ତାଙ୍କ ସ୍ବାବ ରିପୋର୍ଟ ପଜିଟିଭ ଆସିଥିଲା । ସେହିପରି ପାଇକମାଲରୁ ଚିହ୍ନଟ ଆକ୍ରାନ୍ତ ଋଷିଆ ଫେରନ୍ତା ହୋଇଥିବା ବେଳେ ତାଙ୍କୁ ବରଗଡ଼ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାର ଲଘୁଚାପ ସୃଷ୍ଟି ସମ୍ଭାବନା: ୯ରୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୭।୬(ବ୍ୟୁରୋ)- ବାତ୍ୟ ‘ଅମ୍ଫନ’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ସୋମବାର ଏହି ଲଘୁଚାପ ସୃଷ୍ଟି ହେବାର...

ବରଗଡ଼ ପଞ୍ଚାୟତ କଲେଜରେ ଛାତ୍ର ଆନ୍ଦୋଳନ: ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ଜାରିରହିବ

ବରଗଡ଼ ଅଫିସ, ୧୬।୯: ବରଗଡ଼ ପଞ୍ଚାୟତ କଲେଜ ଛାତ୍ରୀଛାତ୍ର ବିଭିନ୍ନ ଦାବିନେଇ ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। କଲେଜ ଫାଟକରେ ତାଲା ପକାଇବା ସହିତ ଦାବିନେଇ ନାରାବାଜି...

ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନ ପ୍ରସଙ୍ଗ: ଇତୀଶ କହିଲେ‘ ଏହା ଚୋର ହାତରେ ଚାବିକାଠି ଭଳି’

ଭୁବନେଶ୍ୱର,୨୩।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନକୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ।...

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲିଲେ ଜିଲାପାଳ

ମାର୍ଶାଘାଇ,୨୭ା୪(ଡି.ଏନ.ଏ.): ଲକ୍‌ଡାଉନ ପରେ ବାହାର ରାଜ୍ୟରେ ଥିବା ଲୋକଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏନେଇ ଆଶା, ଅଙ୍ଗନୱାଡି କର୍ମୀ ଓ ଏଏନଏମ...

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ଟ୍ରେଡ୍‌ ୟୁନିୟନ୍‌ର ବିରୋଧ: କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ କୋଇଲା ପରିବହନ ବାଧାପ୍ରାପ୍ତ

ଲଖନପୁର, ୨୪।୯(ଡି.ଏନ.ଏ.)- କେନ୍ଦ୍ର ସରକାର କୋଲ୍‌ ଇଣ୍ଡିଆରେ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରିବାପାଇଁ କ୍ୟାବିନେଟରେ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଏଆଇଟିୟୁସି, ଆଇଏନ୍‌ଟିୟୁସି, ସିଆଇଟିୟୁ, ଏଚ୍‌ଏମ୍‌ଏସ୍‌...

୨୦ରୁ ‘କୃଷି ଓଡ଼ିଶା-୨୦୨୦’

ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ କୃଷିକ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ସହିତ ପରିଚିତ କରାଇବା ଲକ୍ଷ୍ୟ ନେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ...

୧୪ ସୁଦ୍ଧା ଅଯୋଗ୍ୟ ହିତାଧିକାରୀ ଫେରାଇବେ କାଳିଆ ଟଙ୍କା

ବୁଗୁଡ଼ା,୧୩ା୮(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ୨୧ ପଞ୍ଚାୟତରେ କାଳିଆ ଯୋଜନାରେ ୫ ହଜାର ଟଙ୍କା ଲେଖାଏ ୧୫ ହଜାର ୩୯୪ ହିତାଧିକାରୀ ପାଇ ଉପକୃତ ହୋଇଛନ୍ତି। ସେଥିରୁ...

ଏସ୍‌ସିବି: ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ

କଟକ ଅଫିସ,୨ା୧୧: କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ଡେଙ୍ଗୁ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କ ଘର କୁଜଙ୍ଗ ଅଞ୍ଚଳରେ ବୋଲି ଜଣାପଡିଛି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *