Posted inଜାତୀୟ

ସୁପ୍ରିମକୋର୍ଟରେ ୨ ନୂଆ ବିଚାରପତି

ନୂଆଦିଲ୍ଲୀ,୨୮ା୮(ପି.ଟି.): ବମ୍ବେ ହାଇକୋର୍ଟ ମୁଖ୍ୟ ବିଚାରପତି ଆଲୋକ ଆରାଧେ ଏବଂ ପାଟନା ହାଇକୋର୍ଟ ମୁଖ୍ୟ ବିଚାରପତି ବିପୁଲ ମନୁଭାଇ ପାଞ୍ଚୋଲିଙ୍କୁ ବୁଧବାର ସୁପ୍ରିମକୋର୍ଟର ବିଚାରପତି ଭାବେ ପଦୋନ୍ନତି ମିଳିଛି। ସୁପ୍ରିମକୋର୍ଟ କଲେଜିୟମ୍‌ ସୋମବାର ସେମାନଙ୍କ ନାମ ସୁପାରିସ କରିଥିବାବେଳେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ସେମାନଙ୍କ ନିଯୁକ୍ତି ସମ୍ପର୍କରେ ବୁଧବାର ଘୋଷଣା କରିଛି। ସେମାନଙ୍କ ଶପଥ ଗ୍ରହଣ ପରେ ସୁପ୍ରିମକୋର୍ଟର ମୋଟ ବିଚାରପତି ସଂଖ୍ୟା ସିଜେଆଇଙ୍କୁ ମିଶାଇ ୩୪ରେ ପହଞ୍ଚତ୍ବ। ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀ ୨୦୩୧ ଅକ୍ଟୋବର ୨ରେ ଅବସର ନେବାକୁ ଥିବାବେଳେ ଏହା ପରେ ଜଷ୍ଟିସ୍‌ ପାଞ୍ଚୋଲି ଭାରତର ପ୍ରଧାନ ବିଚାରପତି ହେବେ। ସେ ୨୦୩୧ ଅକ୍ଟୋବର ୩ରୁ ୨୦୩୩ ମେ’ ୨୭ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ। ତେବେ ଜଷ୍ଟିସ୍‌ ପାଞ୍ଚୋଲିଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ନିଯୁକ୍ତି ନିମନ୍ତେ କଲେଜିୟମ୍‌ର ସୁପାରିସ୍‌କୁ ଜଷ୍ଟିସ୍‌ ବି.ଭି. ନାଗରତ୍ନା ବିରୋଧ କରିଥିଲେ। ପାଞ୍ଚୋଲିଙ୍କଠାରୁ ଅଧିକ ବରିଷ୍ଠ ବିଚାରପତି ବିଭିନ୍ନ ହାଇକୋର୍ଟରେ ଥିବା ସେ ଯୁକ୍ତି ଦର୍ଶାଇଥିଲେ। ୧୯୬୮ ମେ’ ୨୮ରେ ଅହମଦାବାଦରେ ଜନ୍ମିତ ଜଷ୍ଟିସ୍‌ ପଞ୍ଚୋଲି ୨୦୧୪ ଅକ୍ଟୋବର ୧ରେ ଗୁଜରାଟ ହାଇକୋର୍ଟର ଅତିରିକ୍ତ ବିଚାରପତି ହେବା ସହ ୨୦୧୬ ଜୁନ୍‌ ୧୦ରେ ସ୍ଥାୟୀ ବିଚାରପତି ହୋଇଥିଲେ। ୨୦୨୩ ଜୁଲାଇରେ ସେ ପାଟନା ହାଇକୋର୍ଟକୁ ବଦଳି ହେବା ପରେ ସେହିବର୍ଷ ମୁଖ୍ୟ ବିଚାରପତି ହୋଇଥିଲେ। ସେହିପରି ୧୯୬୪ ଏପ୍ରିଲ ୧୩ରେ ଜନ୍ମିତ ଜଷ୍ଟିସ୍‌ ଆରାଧେ ୨୦୦୯ରେ ମଧ୍ୟପ୍ରଦେଶ ହାଇକୋର୍ଟରେ ଅତିରିକ୍ତ ବିଚାରପତି ହେବା ସହ ୨୦୧୧ରେ ସ୍ଥାୟୀ ବିଚାରପତି ହୋଇଥିଲେ। ୨୦୧୮ ମେ’ ୧୧ରେ ସେ ଜମ୍ମୁ-କଶ୍ମୀର ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ହୋଇଥିଲେ। ସେହିବର୍ଷ ନଭେମ୍ବରରେ ସେ କର୍ନାଟକ ହାଇକୋର୍ଟକୁ ବଦଳି ହେବା ସହ ୨୦୨୨ ଜୁଲାଇରେ ଉକ୍ତ ହାଇକୋର୍ଟର ମୁଖ୍ୟ ବିଚାରପତି ହୋଇଥିଲେ। ଏହା ପରେ ସେ ତେଲଙ୍ଗାନା ହାଇକୋର୍ଟ ମୁଖ୍ୟ ବିଚାରପତି ଏବଂ ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri