ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି

କଟକ ଅଫିସ,୧୩ା୮: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ୨ ଜଣଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି। ସମ୍ବିଧାନର ଧାରା ୨୧୭ ଅନୁଯାୟୀ ବରିଷ୍ଠତା ଭିତ୍ତିରେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କୁ ଏହି ନିଯୁକ୍ତି ମିଳିଥିବା ନେଇ ଭାରତ ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ୨୦୨୨ ଜୁଲାଇ ୨୫ରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ବିଚାରପତି ନିଯୁକ୍ତି ପାଇଁ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କ ନାମ ସୁପାରିସ କରିଥିଲେ। ଗୌରୀଶଙ୍କର ଶତପଥୀ ଏବେ ଓଡ଼ିଶା ଜୁଡିସିଆଲ ଏକାଡେମୀର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବାବେଳେ ଚିତ୍ତରଞ୍ଜନ ଦାଶ ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲ ଭାବେ କାର୍ଯ୍ୟରତ ଅଛନ୍ତି ।